1 Chronicles 16 (IRVO)

1 ଏଥିଉତ୍ତାରେ ସେମାନେ ପରମେଶ୍ୱରଙ୍କ ସିନ୍ଦୁକ ଭିତରକୁ ଆଣି, ଦାଉଦ ତହିଁ ନିମନ୍ତେ ଯେଉଁ ତମ୍ବୁ ସ୍ଥାପନ କରିଥିଲେ, ତହିଁ ମଧ୍ୟରେ ରଖିଲେ; ଆଉ ସେମାନେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ। 2 ପୁଣି, ଦାଉଦ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବାର ସମାପ୍ତ କଲା ଉତ୍ତାରେ ସେ ସଦାପ୍ରଭୁଙ୍କ ନାମରେ ଲୋକମାନଙ୍କୁ ଆଶୀର୍ବାଦ କଲେ। 3 ଆଉ ସେ ଇସ୍ରାଏଲର ପ୍ରତ୍ୟେକ ଲୋକକୁ, ପୁରୁଷ ଓ ସ୍ତ୍ରୀ ପ୍ରତି ଜଣଙ୍କୁ ଏକ ଏକ ରୁଟି, ମାଂସର ଏକ ଏକ ଅଂଶ, ଏକ ଏକ ଖଣ୍ଡ ଦ୍ରାକ୍ଷାଚକ୍ତି ପରିବେଷଣ କଲେ। 4 ଏଉତ୍ତାରେ ସେ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ପରିଚର୍ଯ୍ୟା କରିବା ପାଇଁ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ସ୍ମରଣ ଓ ଧନ୍ୟବାଦ ଓ ପ୍ରଶଂସା କରିବା ପାଇଁ କେତେକ ଲେବୀୟ ଲୋକଙ୍କୁ ନିଯୁକ୍ତ କଲେ। 5 ସେମାନଙ୍କ ମଧ୍ୟରେ ଆସଫ ପ୍ରଧାନ, ଦ୍ୱିତୀୟ ଜିଖରୀୟ, ଆଉ ଯୀୟୟେଲ, ଶମୀରାମୋତ୍‍, ଯିହୀୟେଲ, ମତ୍ତଥୀୟ, ଇଲୀୟାବ୍‍, ବନାୟ, ଓବେଦ୍‍-ଇଦୋମ ଓ ଯିୟୀୟେଲ୍‍ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ନେବଲ, ବୀଣା ଓ ଆସଫ ଉଚ୍ଚଧ୍ୱନିର କରତାଳ; 6 ଆଉ ବନାୟ ଓ ଯହସୀୟେଲ ଯାଜକମାନେ ତୂରୀ ନିତ୍ୟ ବଜାଇଲେ। 7 ଆଉ ସେହି ଦିନ ଦାଉଦ ପ୍ରଥମେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦ କରିବାର ଭାର ଆସଫ ଓ ତାହାର ଭ୍ରାତୃଗଣର ହସ୍ତରେ ସମର୍ପଣ କଲେ। 8 ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, ତାହାଙ୍କ ନାମରେ ପ୍ରାର୍ଥନା କର;ଲୋକମାନଙ୍କ ମଧ୍ୟରେ ତାହାଙ୍କ କ୍ରିୟାସକଳ ଜଣାଅ। 9 ତାହାଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର;ତୁମ୍ଭେମାନେ ତାହାଙ୍କର ସକଳ ଆଶ୍ଚର୍ଯ୍ୟକର୍ମ ବିଷୟରେ କଥୋପକଥନ କର। 10 ତୁମ୍ଭେମାନେ ତାହାଙ୍କ ପବିତ୍ର ନାମରେ ଦର୍ପ କର;ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କ ଚିତ୍ତ ଆନନ୍ଦିତ ହେଉ। 11 ତୁମ୍ଭେମାନେ ସଦାପ୍ରଭୁଙ୍କର ଓ ତାହାଙ୍କ ଶକ୍ତିର ଅନ୍ୱେଷଣ କର,ସର୍ବଦା ତାହାଙ୍କ ମୁଖର ଅନ୍ୱେଷଣ କର। 12 ହେ ତାହାଙ୍କ ଦାସ ଇସ୍ରାଏଲର ବଂଶ,ହେ ଯାକୁବର ସନ୍ତାନଗଣ, ତାହାଙ୍କର ମନୋନୀତ ଲୋକ, 13 ତୁମ୍ଭେମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକ୍ରିୟା,ତାହାଙ୍କ ଅଦ୍ଭୁତ ଲକ୍ଷଣ ଓ ତାହାଙ୍କ ମୁଖନିର୍ଗତ ଶାସନସକଳ ସ୍ମରଣ କର। 14 ସେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି;ତାହାଙ୍କର ଶାସନ ସମୁଦାୟ ପୃଥିବୀରେ ପ୍ରଚଳିତ ଅଛି। 15 ତାହାଙ୍କ ନିୟମ ଚିରକାଳ ସ୍ମରଣ କର,ସେହି ବାକ୍ୟ ସେ ସହସ୍ର ପୁରୁଷ-ପରମ୍ପରା ପ୍ରତି ଆଦେଶ କରିଅଛନ୍ତି; 16 ସେହି ନିୟମ ସେ ଅବ୍ରହାମଙ୍କ ସଙ୍ଗେ କରିଥିଲେଓ ସେହି ଶପଥ ସେ ଇସ୍‌ହାକଙ୍କ ପ୍ରତି କରିଥିଲେ; 17 ପୁଣି, ସେ ତାହା ବିଧି ରୂପେ ଯାକୁବଙ୍କ ପ୍ରତି ଅନନ୍ତକାଳୀନ ନିୟମ ରୂପେଇସ୍ରାଏଲ ପ୍ରତି ସ୍ଥିର କଲେ। 18 ସଦାପ୍ରଭୁ କହିଲେ, “ଆମ୍ଭେ ତୁମ୍ଭମାନଙ୍କ ଅଧିକାରର ବାଣ୍ଟସେହି କିଣାନ ଦେଶ ତୁମ୍ଭକୁ ଦେବା;” 19 ସେହି ସମୟରେ ତୁମ୍ଭେମାନେ କେବଳ ଅଳ୍ପସଂଖ୍ୟକ,ଅତି ଅଳ୍ପ ଲୋକ ଓ ତହିଁ ମଧ୍ୟରେ ପ୍ରବାସୀ ଥିଲ; 20 ଆଉ ସେମାନେ ଏକ ଗୋଷ୍ଠୀରୁ ଅନ୍ୟ ଗୋଷ୍ଠୀଓ ଏକ ରାଜ୍ୟରୁ ଅନ୍ୟ ଲୋକମାନଙ୍କ ନିକଟକୁ ଭ୍ରମଣ କଲେ। 21 ସେ କୌଣସି ଲୋକକୁ ସେମାନଙ୍କ ପ୍ରତି ଉପଦ୍ରବ କରିବାକୁ ଦେଲେ ନାହିଁ;ଆହୁରି ସେ ସେମାନଙ୍କ ସକାଶୁ ରାଜାମାନଙ୍କୁ ଅନୁଯୋଗ କଲେ; 22 କହିଲେ, “ଆମ୍ଭର ଅଭିଷିକ୍ତମାନଙ୍କୁ ସ୍ପର୍ଶ ନ କରଓ ଆମ୍ଭର ଭବିଷ୍ୟଦ୍‍ବକ୍ତାମାନଙ୍କ ପ୍ରତି କୌଣସି କ୍ଷତି ନ କର।” 23 ହେ ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର;ଦିନକୁ ଦିନ ତାହାଙ୍କ କୃତ ପରିତ୍ରାଣ ପ୍ରକାଶ କର। 24 ନାନା ଦେଶୀୟଙ୍କ ମଧ୍ୟରେ ତାହାଙ୍କ ଗୌରବ,ସମୁଦାୟ ଗୋଷ୍ଠୀ ମଧ୍ୟରେ ତାହାଙ୍କର ଆଶ୍ଚର୍ଯ୍ୟକ୍ରିୟା ପ୍ରଚାର କର। 25 କାରଣ ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ ଅଟନ୍ତି;ମଧ୍ୟ ସେ ସକଳ ଦେବତା ଅପେକ୍ଷା ଭୟଯୋଗ୍ୟ। 26 କାରଣ, ନାନା ଗୋଷ୍ଠୀୟମାନଙ୍କ ଦେବତାସବୁ ପ୍ରତିମା ମାତ୍ର;ମାତ୍ର ସଦାପ୍ରଭୁ ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା। 27 ସମ୍ଭ୍ରମ ଓ ପ୍ରଭାବ ତାହାଙ୍କର ଅଗ୍ରବର୍ତ୍ତୀ,ଶକ୍ତି ଓ ଆହ୍ଲାଦ ତାହାଙ୍କ ସ୍ଥାନରେ ବିଦ୍ୟମାନ। 28 ହେ ନାନା ଦେଶୀୟ ଗୋଷ୍ଠୀସମୂହ, ସଦାପ୍ରଭୁଙ୍କର କୀର୍ତ୍ତନ କର,ସଦାପ୍ରଭୁଙ୍କ ଗୌରବ ଓ ପରାକ୍ରମର କୀର୍ତ୍ତନ କର। 29 ସଦାପ୍ରଭୁଙ୍କ ନାମର ଯଥୋଚିତ ଗୌରବ କୀର୍ତ୍ତନ କର;ନୈବେଦ୍ୟ ଆଣ ଓ ତାହାଙ୍କ ଛାମୁକୁ ଆସ;ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କର ଭଜନା କର। 30 ସମୁଦାୟ ପୃଥିବୀ! ତାହାଙ୍କ ଛାମୁରେ କମ୍ପମାନ ହୁଅ;ଜଗତ ହିଁ ସୁସ୍ଥିର, ତାହା ବିଚଳିତ ନୋହିବ। 31 ଆକାଶମଣ୍ଡଳ ଆନନ୍ଦିତ ହେଉ ଓ ପୃଥିବୀ ଉଲ୍ଲାସ କରୁ;ଆଉ ଲୋକମାନେ ଦେଶସମୂହ ମଧ୍ୟରେ କହନ୍ତୁ, “ସଦାପ୍ରଭୁ ରାଜ୍ୟ କରନ୍ତି।” 32 ସମୁଦ୍ର ଓ ତହିଁର ପୂର୍ଣ୍ଣତା ଗର୍ଜ୍ଜନ କରୁ;କ୍ଷେତ୍ର ଓ ତନ୍ମଧ୍ୟସ୍ଥସକଳ ଜୟଧ୍ୱନି କରନ୍ତୁ; 33 ସେତେବେଳେ ବନସ୍ଥ ବୃକ୍ଷଶ୍ରେଣୀ ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦରେ ଗାନ କରିବେ,କାରଣ, ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି। 34 ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ,ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। 35 ଆଉ, ତୁମ୍ଭେମାନେ କୁହ, “ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ଆମ୍ଭମାନଙ୍କୁ ତ୍ରାଣ କର,ଆମ୍ଭମାନଙ୍କୁ ସଂଗ୍ରହ କର ଓ ଦେଶୀୟମାନଙ୍କଠାରୁ ଆମ୍ଭମାନଙ୍କୁ ଉଦ୍ଧାର କର,ତହିଁରେ ଆମ୍ଭେମାନେ ତୁମ୍ଭ ପବିତ୍ର ନାମର ଧନ୍ୟବାଦ କରିବାଓ ତୁମ୍ଭ ପ୍ରଶଂସାରେ ଜୟଧ୍ୱନି କରିବା।” 36 ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ ହେଉନ୍ତୁ।ଏଥିରେ ସମଗ୍ର ଲୋକ କହିଲେ, “ଆମେନ୍‍” ଓ ସଦାପ୍ରଭୁଙ୍କର ପ୍ରଶଂସା କଲେ। 37 ଏଥିଉତ୍ତାରେ ଦାଉଦ ପ୍ରତିଦିନର ପ୍ରୟୋଜନାନୁସାରେ ସିନ୍ଦୁକ ସମ୍ମୁଖରେ ନିତ୍ୟ ପରିଚର୍ଯ୍ୟା କରିବା ନିମନ୍ତେ ଆସଫକୁ ଓ ତାହାର ଭ୍ରାତୃଗଣକୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ରଖିଲେ 38 ଆଉ ଓବେଦ୍‍-ଇଦୋମ ଓ ସେମାନଙ୍କର ଅଠଷଠି ଜଣ ଭ୍ରାତା; ମଧ୍ୟ ଯିଦୂଥୂନ୍‍‍ର ପୁତ୍ର ଓବେଦ୍‍-ଇଦୋମ, ଆଉ ହୋଷା ଦ୍ୱାରପାଳ ହେଲେ 39 ଆଉ, ଇସ୍ରାଏଲ ପ୍ରତି ଆଦିଷ୍ଟ ସଦାପ୍ରଭୁଙ୍କ ବ୍ୟବସ୍ଥାର ସମସ୍ତ ଲିଖନ-ପ୍ରମାଣେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବେଦି ଉପରେ ନିତ୍ୟ ପ୍ରାତଃକାଳୀନ ଓ ସନ୍ଧ୍ୟାକାଳୀନ ହୋମବଳି ଉତ୍ସର୍ଗ କରିବା ପାଇଁ 40 ସାଦୋକ ଯାଜକ ଓ ତାହାର ଯାଜକ-ଭ୍ରାତୃଗଣ ଗିବୀୟୋନ୍‍ସ୍ଥ ଉଚ୍ଚସ୍ଥଳୀରେ ସଦାପ୍ରଭୁଙ୍କ ଆବାସ ସମ୍ମୁଖରେ ରହିଲେ; 41 ପୁଣି, ସଦାପ୍ରଭୁଙ୍କ ଦୟା ଅନନ୍ତକାଳସ୍ଥାୟୀ, ଏହେତୁ ତାହାଙ୍କ ଧନ୍ୟବାଦ କରିବା ପାଇଁ ହେମନ ଓ ଯିଦୂଥୂନ୍‍; ପୁଣି, ଯେଉଁ ଅବଶିଷ୍ଟ ମନୋନୀତ ଲୋକମାନଙ୍କ ନାମ ଲେଖାଗଲା, ସେମାନେ ଉକ୍ତ ଲୋକଙ୍କ ସଙ୍ଗେ ରହିଲେ। 42 ଆଉ, ହେମନ, ଯିଦୂଥୂନ୍‍ ତୂରୀ, କରତାଳ ଓ ପରମେଶ୍ୱରଙ୍କ ଗୀତାର୍ଥକ ବାଦ୍ୟଯନ୍ତ୍ର ବଜାଇବା ପାଇଁ ଉଚ୍ଚଧ୍ୱନିକାରୀମାନଙ୍କ ସଙ୍ଗରେ ରହିଲେ; ଆଉ ଯିଦୂଥୂନ୍‍‍ର ପୁତ୍ରମାନେ ଦ୍ୱାରପାଳ ହେଲେ। 43 ଏଥିଉତ୍ତାରେ ସମଗ୍ର ଲୋକ ପ୍ରସ୍ଥାନ କରି ଆପଣା ଆପଣା ଗୃହକୁ ଗଲେ; ଆଉ, ଦାଉଦ ଆପଣାର ପରିଜନବର୍ଗକୁ ଆଶୀର୍ବାଦ କରିବା ପାଇଁ ଫେରିଗଲେ।

In Other Versions

1 Chronicles 16 in the ANGEFD

1 Chronicles 16 in the ANTPNG2D

1 Chronicles 16 in the AS21

1 Chronicles 16 in the BAGH

1 Chronicles 16 in the BBPNG

1 Chronicles 16 in the BBT1E

1 Chronicles 16 in the BDS

1 Chronicles 16 in the BEV

1 Chronicles 16 in the BHAD

1 Chronicles 16 in the BIB

1 Chronicles 16 in the BLPT

1 Chronicles 16 in the BNT

1 Chronicles 16 in the BNTABOOT

1 Chronicles 16 in the BNTLV

1 Chronicles 16 in the BOATCB

1 Chronicles 16 in the BOATCB2

1 Chronicles 16 in the BOBCV

1 Chronicles 16 in the BOCNT

1 Chronicles 16 in the BOECS

1 Chronicles 16 in the BOGWICC

1 Chronicles 16 in the BOHCB

1 Chronicles 16 in the BOHCV

1 Chronicles 16 in the BOHLNT

1 Chronicles 16 in the BOHNTLTAL

1 Chronicles 16 in the BOICB

1 Chronicles 16 in the BOILNTAP

1 Chronicles 16 in the BOITCV

1 Chronicles 16 in the BOKCV

1 Chronicles 16 in the BOKCV2

1 Chronicles 16 in the BOKHWOG

1 Chronicles 16 in the BOKSSV

1 Chronicles 16 in the BOLCB

1 Chronicles 16 in the BOLCB2

1 Chronicles 16 in the BOMCV

1 Chronicles 16 in the BONAV

1 Chronicles 16 in the BONCB

1 Chronicles 16 in the BONLT

1 Chronicles 16 in the BONUT2

1 Chronicles 16 in the BOPLNT

1 Chronicles 16 in the BOSCB

1 Chronicles 16 in the BOSNC

1 Chronicles 16 in the BOTLNT

1 Chronicles 16 in the BOVCB

1 Chronicles 16 in the BOYCB

1 Chronicles 16 in the BPBB

1 Chronicles 16 in the BPH

1 Chronicles 16 in the BSB

1 Chronicles 16 in the CCB

1 Chronicles 16 in the CUV

1 Chronicles 16 in the CUVS

1 Chronicles 16 in the DBT

1 Chronicles 16 in the DGDNT

1 Chronicles 16 in the DHNT

1 Chronicles 16 in the DNT

1 Chronicles 16 in the ELBE

1 Chronicles 16 in the EMTV

1 Chronicles 16 in the ESV

1 Chronicles 16 in the FBV

1 Chronicles 16 in the FEB

1 Chronicles 16 in the GGMNT

1 Chronicles 16 in the GNT

1 Chronicles 16 in the HARY

1 Chronicles 16 in the HNT

1 Chronicles 16 in the IRVA

1 Chronicles 16 in the IRVB

1 Chronicles 16 in the IRVG

1 Chronicles 16 in the IRVH

1 Chronicles 16 in the IRVK

1 Chronicles 16 in the IRVM

1 Chronicles 16 in the IRVM2

1 Chronicles 16 in the IRVP

1 Chronicles 16 in the IRVT

1 Chronicles 16 in the IRVT2

1 Chronicles 16 in the IRVU

1 Chronicles 16 in the ISVN

1 Chronicles 16 in the JSNT

1 Chronicles 16 in the KAPI

1 Chronicles 16 in the KBT1ETNIK

1 Chronicles 16 in the KBV

1 Chronicles 16 in the KJV

1 Chronicles 16 in the KNFD

1 Chronicles 16 in the LBA

1 Chronicles 16 in the LBLA

1 Chronicles 16 in the LNT

1 Chronicles 16 in the LSV

1 Chronicles 16 in the MAAL

1 Chronicles 16 in the MBV

1 Chronicles 16 in the MBV2

1 Chronicles 16 in the MHNT

1 Chronicles 16 in the MKNFD

1 Chronicles 16 in the MNG

1 Chronicles 16 in the MNT

1 Chronicles 16 in the MNT2

1 Chronicles 16 in the MRS1T

1 Chronicles 16 in the NAA

1 Chronicles 16 in the NASB

1 Chronicles 16 in the NBLA

1 Chronicles 16 in the NBS

1 Chronicles 16 in the NBVTP

1 Chronicles 16 in the NET2

1 Chronicles 16 in the NIV11

1 Chronicles 16 in the NNT

1 Chronicles 16 in the NNT2

1 Chronicles 16 in the NNT3

1 Chronicles 16 in the PDDPT

1 Chronicles 16 in the PFNT

1 Chronicles 16 in the RMNT

1 Chronicles 16 in the SBIAS

1 Chronicles 16 in the SBIBS

1 Chronicles 16 in the SBIBS2

1 Chronicles 16 in the SBICS

1 Chronicles 16 in the SBIDS

1 Chronicles 16 in the SBIGS

1 Chronicles 16 in the SBIHS

1 Chronicles 16 in the SBIIS

1 Chronicles 16 in the SBIIS2

1 Chronicles 16 in the SBIIS3

1 Chronicles 16 in the SBIKS

1 Chronicles 16 in the SBIKS2

1 Chronicles 16 in the SBIMS

1 Chronicles 16 in the SBIOS

1 Chronicles 16 in the SBIPS

1 Chronicles 16 in the SBISS

1 Chronicles 16 in the SBITS

1 Chronicles 16 in the SBITS2

1 Chronicles 16 in the SBITS3

1 Chronicles 16 in the SBITS4

1 Chronicles 16 in the SBIUS

1 Chronicles 16 in the SBIVS

1 Chronicles 16 in the SBT

1 Chronicles 16 in the SBT1E

1 Chronicles 16 in the SCHL

1 Chronicles 16 in the SNT

1 Chronicles 16 in the SUSU

1 Chronicles 16 in the SUSU2

1 Chronicles 16 in the SYNO

1 Chronicles 16 in the TBIAOTANT

1 Chronicles 16 in the TBT1E

1 Chronicles 16 in the TBT1E2

1 Chronicles 16 in the TFTIP

1 Chronicles 16 in the TFTU

1 Chronicles 16 in the TGNTATF3T

1 Chronicles 16 in the THAI

1 Chronicles 16 in the TNFD

1 Chronicles 16 in the TNT

1 Chronicles 16 in the TNTIK

1 Chronicles 16 in the TNTIL

1 Chronicles 16 in the TNTIN

1 Chronicles 16 in the TNTIP

1 Chronicles 16 in the TNTIZ

1 Chronicles 16 in the TOMA

1 Chronicles 16 in the TTENT

1 Chronicles 16 in the UBG

1 Chronicles 16 in the UGV

1 Chronicles 16 in the UGV2

1 Chronicles 16 in the UGV3

1 Chronicles 16 in the VBL

1 Chronicles 16 in the VDCC

1 Chronicles 16 in the YALU

1 Chronicles 16 in the YAPE

1 Chronicles 16 in the YBVTP

1 Chronicles 16 in the ZBP