2 Chronicles 31 (IRVO)

1 ଏହିସବୁ ସମାପ୍ତ ହେଲା ଉତ୍ତାରେ ଉପସ୍ଥିତ ସମଗ୍ର ଇସ୍ରାଏଲ ଯିହୁଦାର ନଗରମାନଙ୍କୁ ଯାଇ ସ୍ତମ୍ଭସବୁ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତିମାନ କାଟି ପକାଇଲେ, ପୁଣି ନିଃଶେଷରେ ବିନାଶ ନ କରିବା ପର୍ଯ୍ୟନ୍ତ ସମସ୍ତ ଯିହୁଦା ଓ ବିନ୍ୟାମୀନ୍ ମଧ୍ୟରୁ, ଆହୁରି ଇଫ୍ରୟିମ ଓ ମନଃଶିରେ ସ୍ଥିତ ଉଚ୍ଚସ୍ଥଳୀ ଓ ଯଜ୍ଞବେଦିସବୁ ଭାଙ୍ଗି ପକାଇଲେ। ତହୁଁ ଇସ୍ରାଏଲ-ସନ୍ତାନଗଣର ପ୍ରତ୍ୟେକ ଲୋକ ଆପଣା ଆପଣା ଅଧିକାର ଓ ନଗରକୁ ଫେରିଗଲେ। 2 ଆଉ, ହିଜକୀୟ ଯାଜକମାନଙ୍କର ଓ ଲେବୀୟମାନଙ୍କର ପାଳିକ୍ରମେ ପାଳି ନିରୂପଣ କଲେ, ହୋମାର୍ଥକ ଓ ମଙ୍ଗଳାର୍ଥକ ବଳିଦାନ, ପରିଚର୍ଯ୍ୟା ଓ ସଦାପ୍ରଭୁଙ୍କ ଛାଉଣିର ଦ୍ୱାରସମୂହରେ ଧନ୍ୟବାଦ ଓ ପ୍ରଶଂସା କରିବା ନିମନ୍ତେ ଯାଜକ ଓ ଲେବୀୟମାନଙ୍କର ପ୍ରତି ଜଣକୁ ତାହାର ସେବାନୁସାରେ ନିଯୁକ୍ତ କଲେ। 3 ମଧ୍ୟ ସେ ସଦାପ୍ରଭୁଙ୍କ ବ୍ୟବସ୍ଥାର ଲିଖନାନୁସାରେ ହୋମବଳି ନିମନ୍ତେ, ଅର୍ଥାତ୍‍, ପ୍ରଭାତୀୟ ଓ ସାୟଂକାଳୀନ ହୋମବଳି ନିମନ୍ତେ, ପୁଣି ବିଶ୍ରାମବାର ଓ ଅମାବାସ୍ୟା ଓ ନିରୂପିତ ପର୍ବାଦିର ହୋମବଳି ନିମନ୍ତେ ରାଜସମ୍ପତ୍ତିରୁ ଦେୟ ଅଂଶ ନିରୂପଣ କଲେ। 4 ଆହୁରି, ଯେପରି ଯାଜକଗଣ ଓ ଲେବୀୟଗଣ ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଆସକ୍ତ ରହିବେ, ଏଥିପାଇଁ ସେ ସେମାନଙ୍କୁ ସେମାନଙ୍କର ଅଂଶ ଦେବା ନିମନ୍ତେ ଯିରୂଶାଲମ ନିବାସୀ ଲୋକମାନଙ୍କୁ ଆଜ୍ଞା କଲେ। 5 ପୁଣି, ଏହି ଆଜ୍ଞା ଘୋଷିତ ହେବାକ୍ଷଣେ ଇସ୍ରାଏଲ-ସନ୍ତାନଗଣ ପ୍ରଚୁର ରୂପେ ପ୍ରଥମଜାତ ଶସ୍ୟ, ଦ୍ରାକ୍ଷାରସ, ତୈଳ, ମଧୁ ଓ କ୍ଷେତ୍ରୋତ୍ପନ୍ନ ସକଳ ଦ୍ରବ୍ୟ ଆଣିଲେ; ଆଉ ସେମାନେ ପ୍ରଚୁର ରୂପେ ସକଳ ଦ୍ରବ୍ୟର ଦଶମାଂଶ ଆଣିଲେ। 6 ପୁଣି, ଯିହୁଦାର ନଗରସମୂହରେ ବାସକାରୀ ଇସ୍ରାଏଲ ଓ ଯିହୁଦାର ସନ୍ତାନମାନେ ମଧ୍ୟ ଗୋମେଷର ଦଶମାଂଶ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରତିଷ୍ଠିତ ପବିତ୍ର ଦ୍ରବ୍ୟାଦିର ଦଶମାଂଶ ଆଣି ରାଶି ରାଶି କରି ଥୋଇଲେ। 7 ତୃତୀୟ ମାସରେ ସେମାନେ ସେହି ରାଶି କରିବାକୁ ଆରମ୍ଭ କରି ସପ୍ତମ ମାସରେ ତାହା ସମାପ୍ତ କଲେ। 8 ଏଉତ୍ତାରେ ହିଜକୀୟ ଓ ଅଧିପତିମାନେ ସେହି ରାଶି ଦେଖିବାକୁ ଆସି ସଦାପ୍ରଭୁଙ୍କର ଓ ତାହାଙ୍କ ଲୋକ ଇସ୍ରାଏଲର ଧନ୍ୟବାଦ କଲେ। 9 ସେତେବେଳେ ହିଜକୀୟ ସେହି ସକଳ ରାଶି ବିଷୟରେ ଯାଜକ ଓ ଲେବୀୟମାନଙ୍କୁ ପଚାରନ୍ତେ, 10 ସାଦୋକ ବଂଶୀୟ ପ୍ରଧାନ ଯାଜକ ଅସରୀୟ ତାଙ୍କୁ ଉତ୍ତର କରି କହିଲା, “ଲୋକମାନେ ସଦାପ୍ରଭୁଙ୍କ ଗୃହକୁ ଉପହାର ଆଣିବା ପାଇଁ ଆରମ୍ଭ କରିବା ସମୟଠାରୁ ଆମ୍ଭେମାନେ ଭୋଜନ କରିଅଛୁ ଓ ତୃପ୍ତ ହୋଇଅଛୁ ଓ ପ୍ରଚୁର ଅବଶିଷ୍ଟ ରଖିଅଛୁ; କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ଆଶୀର୍ବାଦ କରିଅଛନ୍ତି; ତେଣୁ ଯାହା ଅବଶିଷ୍ଟ ରହିଅଛି, ତାହା ଏହି ବୃହତ ଦ୍ରବ୍ୟରାଶି।” 11 ତହିଁରେ ହିଜକୀୟ ସଦାପ୍ରଭୁଙ୍କ ଗୃହରେ କେତେକ କୋଠରି ପ୍ରସ୍ତୁତ କରିବାକୁ ଆଜ୍ଞା କଲେ; ତହୁଁ ସେମାନେ ତାହା ପ୍ରସ୍ତୁତ କଲେ। 12 ଏଉତ୍ତାରେ ଲୋକମାନେ ବିଶ୍ୱସ୍ତ ରୂପେ ଉପହାର, ଦଶମାଂଶ ଓ ପବିତ୍ରୀକୃତ ଦ୍ରବ୍ୟ ଆଣିଲେ; ଆଉ ତହିଁ ଉପରେ ଲେବୀୟ କୋନାନୀୟ ଅଧ୍ୟକ୍ଷ ଥିଲା ଓ ତାହାର ଭାଇ ଶିମୀୟି ଦ୍ୱିତୀୟ ଥିଲା। 13 ପୁଣି, ଯିହୀୟେଲ ଓ ଅସସୀୟ, ନହତ୍‍, ଅସାହେଲ, ଯିରେମୋତ୍‍, ଯୋଷାବଦ୍‍, ଇଲୀୟେଲ୍‍, ଯିଷ୍ମଖୀୟ, ମାହତ୍‍, ବନାୟ, ଏମାନେ ହିଜକୀୟ ରାଜାଙ୍କର ଓ ପରମେଶ୍ୱରଙ୍କ ଗୃହାଧ୍ୟକ୍ଷ ଅସରୀୟର ନିଯୁକ୍ତି ଦ୍ୱାରା କୋନାନୀୟ ଓ ତାହାର ଭ୍ରାତା ଶିମୀୟିର ହସ୍ତାଧୀନରେ କାର୍ଯ୍ୟଶାସକ ଥିଲେ। 14 ଆଉ, ଲେବୀୟ ଯିମ୍ନାର ପୁତ୍ର କୋରି, ଯେ ପୂର୍ବଦିଗ ଦ୍ୱାରପାଳ ଥିଲା, ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଓ ମହାପବିତ୍ର ବସ୍ତୁ ବିତରଣ କରିବା ପାଇଁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ସ୍ୱେଚ୍ଛାଦତ୍ତ ଉପହାର ଉପରେ ନିଯୁକ୍ତ ହେଲା। 15 ପୁଣି, ତାହାର ଅଧୀନରେ ଏଦନ, ମିନ୍ୟାମୀନ, ଯେଶୂୟ, ଶମୟୀୟ, ଅମରୀୟ ଓ ଶଖନୀୟ, ଏମାନେ ଯାଜକମାନଙ୍କ ନାନା ନଗରରେ ଆପଣାମାନଙ୍କର ସାନ ବଡ଼ ଭାଇମାନଙ୍କୁ ପାଳି ଅନୁସାରେ ଦେବା ପାଇଁ ଆପଣା ଆପଣା ନିରୂପିତ ପଦରେ ରହିଲେ; 16 ସେମାନଙ୍କ ବ୍ୟତୀତ ଯେଉଁମାନେ ପ୍ରତିଦିନର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ପାଳିକ୍ରମେ ଆପଣା ଆପଣା ରକ୍ଷଣୀୟ ସେବା ନିମନ୍ତେ ସଦାପ୍ରଭୁଙ୍କ ଗୃହରେ ପ୍ରବେଶ କଲେ, ଏପରି ତିନି ବର୍ଷ ଓ ତତୋଧିକ ବୟସ୍କ ପୁରୁଷ ବଂଶାବଳୀ କ୍ରମେ ଗଣିତ ହୋଇଥିଲେ; 17 ଆଉ, ଆପଣା ଆପଣା ପିତୃବଂଶାନୁସାରେ ଯାଜକମାନେ, ପୁଣି କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲେବୀୟମାନେ ବଂଶାବଳୀ କ୍ରମେ ସେମାନଙ୍କ ରକ୍ଷଣୀୟ ଓ ପାଳି ଅନୁସାରେ ଗଣିତ ହୋଇଥିଲେ; 18 ପୁଣି ସମଗ୍ର ସମାଜ ମଧ୍ୟରେ ଲୋକମାନଙ୍କର ଶିଶୁ, ଭାର୍ଯ୍ୟା ଓ ପୁତ୍ରକନ୍ୟାମାନେ ବଂଶାବଳୀ କ୍ରମେ ଗଣିତ ହୋଇଥିଲେ; କାରଣ ସେମାନେ ଆପଣା ଆପଣା ନିରୂପିତ କାର୍ଯ୍ୟରେ ପବିତ୍ରତାରେ ଆପଣାମାନଙ୍କୁ ପବିତ୍ର କଲେ; 19 ମଧ୍ୟ ହାରୋଣଙ୍କର ଯେଉଁ ସନ୍ତାନ-ଯାଜକମାନେ ଆପଣା ଆପଣା ନଗରସ୍ଥ ତଳିଭୂମିର କ୍ଷେତ୍ରରେ ବାସ କଲେ, ସେମାନଙ୍କ ପ୍ରତ୍ୟେକ ନଗରରେ ଯାଜକମାନଙ୍କ ମଧ୍ୟରେ ସମସ୍ତ ପୁରୁଷଙ୍କୁ ଓ ଲେବୀୟମାନଙ୍କ ମଧ୍ୟରେ ବଂଶାବଳୀ କ୍ରମେ ଗଣିତ ସମସ୍ତଙ୍କୁ ଅଂଶ ଦେବା ପାଇଁ ଲୋକେ ନାମରେ ନିର୍ଣ୍ଣୀତ ହେଲେ। 20 ହିଜକୀୟ ଯିହୁଦାର ସର୍ବତ୍ର ଏପ୍ରକାର କଲେ; ପୁଣି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ ଉତ୍ତମ ଓ ଯଥାର୍ଥ ଓ ବିଶ୍ୱସ୍ତତାର କର୍ମ କଲେ। 21 ଆଉ, ସେ ଆପଣା ପରମେଶ୍ୱରଙ୍କର ଅନ୍ୱେଷଣ କରିବା ନିମନ୍ତେ ପରମେଶ୍ୱରଙ୍କ ଗୃହର ସେବାକାର୍ଯ୍ୟ, ପୁଣି ବ୍ୟବସ୍ଥା ଓ ଆଜ୍ଞା ସମ୍ବନ୍ଧରେ ଯେ ଯେ କାର୍ଯ୍ୟ ଆରମ୍ଭ କଲେ, ତାହାସବୁ ଆପଣା ସର୍ବାନ୍ତଃକରଣ ସହିତ କରି କୃତକାର୍ଯ୍ୟ ହେଲେ।

In Other Versions

2 Chronicles 31 in the ANGEFD

2 Chronicles 31 in the ANTPNG2D

2 Chronicles 31 in the AS21

2 Chronicles 31 in the BAGH

2 Chronicles 31 in the BBPNG

2 Chronicles 31 in the BBT1E

2 Chronicles 31 in the BDS

2 Chronicles 31 in the BEV

2 Chronicles 31 in the BHAD

2 Chronicles 31 in the BIB

2 Chronicles 31 in the BLPT

2 Chronicles 31 in the BNT

2 Chronicles 31 in the BNTABOOT

2 Chronicles 31 in the BNTLV

2 Chronicles 31 in the BOATCB

2 Chronicles 31 in the BOATCB2

2 Chronicles 31 in the BOBCV

2 Chronicles 31 in the BOCNT

2 Chronicles 31 in the BOECS

2 Chronicles 31 in the BOGWICC

2 Chronicles 31 in the BOHCB

2 Chronicles 31 in the BOHCV

2 Chronicles 31 in the BOHLNT

2 Chronicles 31 in the BOHNTLTAL

2 Chronicles 31 in the BOICB

2 Chronicles 31 in the BOILNTAP

2 Chronicles 31 in the BOITCV

2 Chronicles 31 in the BOKCV

2 Chronicles 31 in the BOKCV2

2 Chronicles 31 in the BOKHWOG

2 Chronicles 31 in the BOKSSV

2 Chronicles 31 in the BOLCB

2 Chronicles 31 in the BOLCB2

2 Chronicles 31 in the BOMCV

2 Chronicles 31 in the BONAV

2 Chronicles 31 in the BONCB

2 Chronicles 31 in the BONLT

2 Chronicles 31 in the BONUT2

2 Chronicles 31 in the BOPLNT

2 Chronicles 31 in the BOSCB

2 Chronicles 31 in the BOSNC

2 Chronicles 31 in the BOTLNT

2 Chronicles 31 in the BOVCB

2 Chronicles 31 in the BOYCB

2 Chronicles 31 in the BPBB

2 Chronicles 31 in the BPH

2 Chronicles 31 in the BSB

2 Chronicles 31 in the CCB

2 Chronicles 31 in the CUV

2 Chronicles 31 in the CUVS

2 Chronicles 31 in the DBT

2 Chronicles 31 in the DGDNT

2 Chronicles 31 in the DHNT

2 Chronicles 31 in the DNT

2 Chronicles 31 in the ELBE

2 Chronicles 31 in the EMTV

2 Chronicles 31 in the ESV

2 Chronicles 31 in the FBV

2 Chronicles 31 in the FEB

2 Chronicles 31 in the GGMNT

2 Chronicles 31 in the GNT

2 Chronicles 31 in the HARY

2 Chronicles 31 in the HNT

2 Chronicles 31 in the IRVA

2 Chronicles 31 in the IRVB

2 Chronicles 31 in the IRVG

2 Chronicles 31 in the IRVH

2 Chronicles 31 in the IRVK

2 Chronicles 31 in the IRVM

2 Chronicles 31 in the IRVM2

2 Chronicles 31 in the IRVP

2 Chronicles 31 in the IRVT

2 Chronicles 31 in the IRVT2

2 Chronicles 31 in the IRVU

2 Chronicles 31 in the ISVN

2 Chronicles 31 in the JSNT

2 Chronicles 31 in the KAPI

2 Chronicles 31 in the KBT1ETNIK

2 Chronicles 31 in the KBV

2 Chronicles 31 in the KJV

2 Chronicles 31 in the KNFD

2 Chronicles 31 in the LBA

2 Chronicles 31 in the LBLA

2 Chronicles 31 in the LNT

2 Chronicles 31 in the LSV

2 Chronicles 31 in the MAAL

2 Chronicles 31 in the MBV

2 Chronicles 31 in the MBV2

2 Chronicles 31 in the MHNT

2 Chronicles 31 in the MKNFD

2 Chronicles 31 in the MNG

2 Chronicles 31 in the MNT

2 Chronicles 31 in the MNT2

2 Chronicles 31 in the MRS1T

2 Chronicles 31 in the NAA

2 Chronicles 31 in the NASB

2 Chronicles 31 in the NBLA

2 Chronicles 31 in the NBS

2 Chronicles 31 in the NBVTP

2 Chronicles 31 in the NET2

2 Chronicles 31 in the NIV11

2 Chronicles 31 in the NNT

2 Chronicles 31 in the NNT2

2 Chronicles 31 in the NNT3

2 Chronicles 31 in the PDDPT

2 Chronicles 31 in the PFNT

2 Chronicles 31 in the RMNT

2 Chronicles 31 in the SBIAS

2 Chronicles 31 in the SBIBS

2 Chronicles 31 in the SBIBS2

2 Chronicles 31 in the SBICS

2 Chronicles 31 in the SBIDS

2 Chronicles 31 in the SBIGS

2 Chronicles 31 in the SBIHS

2 Chronicles 31 in the SBIIS

2 Chronicles 31 in the SBIIS2

2 Chronicles 31 in the SBIIS3

2 Chronicles 31 in the SBIKS

2 Chronicles 31 in the SBIKS2

2 Chronicles 31 in the SBIMS

2 Chronicles 31 in the SBIOS

2 Chronicles 31 in the SBIPS

2 Chronicles 31 in the SBISS

2 Chronicles 31 in the SBITS

2 Chronicles 31 in the SBITS2

2 Chronicles 31 in the SBITS3

2 Chronicles 31 in the SBITS4

2 Chronicles 31 in the SBIUS

2 Chronicles 31 in the SBIVS

2 Chronicles 31 in the SBT

2 Chronicles 31 in the SBT1E

2 Chronicles 31 in the SCHL

2 Chronicles 31 in the SNT

2 Chronicles 31 in the SUSU

2 Chronicles 31 in the SUSU2

2 Chronicles 31 in the SYNO

2 Chronicles 31 in the TBIAOTANT

2 Chronicles 31 in the TBT1E

2 Chronicles 31 in the TBT1E2

2 Chronicles 31 in the TFTIP

2 Chronicles 31 in the TFTU

2 Chronicles 31 in the TGNTATF3T

2 Chronicles 31 in the THAI

2 Chronicles 31 in the TNFD

2 Chronicles 31 in the TNT

2 Chronicles 31 in the TNTIK

2 Chronicles 31 in the TNTIL

2 Chronicles 31 in the TNTIN

2 Chronicles 31 in the TNTIP

2 Chronicles 31 in the TNTIZ

2 Chronicles 31 in the TOMA

2 Chronicles 31 in the TTENT

2 Chronicles 31 in the UBG

2 Chronicles 31 in the UGV

2 Chronicles 31 in the UGV2

2 Chronicles 31 in the UGV3

2 Chronicles 31 in the VBL

2 Chronicles 31 in the VDCC

2 Chronicles 31 in the YALU

2 Chronicles 31 in the YAPE

2 Chronicles 31 in the YBVTP

2 Chronicles 31 in the ZBP