Daniel 1 (IRVO)
1 ଯିହୁଦାର ରାଜା ଯିହୋୟାକୀମ୍ର ଶାସନ କାଳର ତୃତୀୟ ବର୍ଷରେ ବାବିଲର ରାଜା ନବୂଖଦ୍ନିତ୍ସର ଯିରୂଶାଲମକୁ ଆସି ତାହା ଅବରୋଧ କଲା। 2 ପୁଣି, ପ୍ରଭୁ ଯିହୁଦାର ରାଜା ଯିହୋୟାକୀମ୍କୁ ଓ ପରମେଶ୍ୱରଙ୍କ ଗୃହର କେତେକ ପାତ୍ର ତାହାର ହସ୍ତରେ ସମର୍ପି ଦେଲେ; ତହିଁରେ ସେ ଶିନୀୟର ଦେଶରେ ଥିବା ଆପଣା ଦେବ ମନ୍ଦିରକୁ ସେହି ସବୁ ନେଇଗଲା ଓ ପାତ୍ରସକଳ ସେ ଆପଣା ଦେବତାର ଭଣ୍ଡାର ଗୃହରେ ରଖିଲା। 3 ପୁଣି, ରାଜା ଇସ୍ରାଏଲର ସନ୍ତାନଗଣ ମଧ୍ୟରୁ, ଅର୍ଥାତ୍, ରାଜକୀୟ ଓ କୁଳୀନ ବଂଶରୁ 4 ନିଖୁଣ, ସୁନ୍ଦର ଓ ସମସ୍ତ ଜ୍ଞାନରେ ନିପୁଣ, ବିଦ୍ୟାରେ ବିଚକ୍ଷଣ, ବୁଦ୍ଧିରେ ବିଜ୍ଞ ଓ ରାଜପ୍ରାସାଦରେ ଠିଆ ହେବାକୁ ଯୋଗ୍ୟ କେତେକ ଯୁବା ଲୋକଙ୍କୁ ଆଣିବାକୁ ଓ କଲ୍ଦୀୟ ବିଦ୍ୟା ଓ ଭାଷା ଶିଖାଇବାକୁ ଆପଣାର ନପୁଂସକାଧିପତି ଅସ୍ପନସ୍କୁ କହିଲା। 5 ଆଉ, ସେମାନେ ଯେପରି ତିନି ବର୍ଷର ଶେଷରେ ରାଜାଙ୍କ ନିକଟରେ ଠିଆ ହେବେ, ଏଥିପାଇଁ ରାଜା ସେମାନଙ୍କ ନିମନ୍ତେ ରାଜାର ଆହାରୀୟ ଦ୍ରବ୍ୟରୁ ଓ ପାନୀୟ ଦ୍ରାକ୍ଷାରସରୁ ଦୈନିକ ଅଂଶ ଦେବା ପାଇଁ ଓ ତିନି ବର୍ଷ ପର୍ଯ୍ୟନ୍ତ ସେମାନଙ୍କ ପ୍ରତିପୋଷଣ କରିବା ପାଇଁ ନିରୂପଣ କଲା। 6 ଏମାନଙ୍କ ମଧ୍ୟରେ ଯିହୁଦା ବଂଶୀୟ ଦାନିୟେଲ, ହନାନୀୟ, ମୀଶାୟେଲ ଓ ଅସରୀୟ ଥିଲେ। 7 ପୁଣି, ନପୁଂସକାଧିପତି ସେମାନଙ୍କୁ ନାମ ଦେଲା; ସେ ଦାନିୟେଲଙ୍କୁ ବେଲ୍ଟଶତ୍ସର, ହନାନୀୟଙ୍କୁ ଶଦ୍ରକ୍, ମୀଶାୟେଲଙ୍କୁ ମୈଶକ୍ ଓ ଅସରୀୟକୁ ଅବେଦ୍ନଗୋ ନାମ ଦେଲା। 8 ମାତ୍ର ରାଜାର ଆହାରୀୟ ଦ୍ରବ୍ୟରେ ଓ ତାହାର ପାନୀୟ ଦ୍ରାକ୍ଷାରସରେ ଆପଣାକୁ ଅଶୁଚି ନ କରିବା ପାଇଁ ଦାନିୟେଲ ନିଜ ମନରେ ସ୍ଥିର କଲେ; ଏହେତୁ ସେ ଯେପରି ଆପଣାକୁ ଅଶୁଚି ନ କରନ୍ତି, ଏଥିପାଇଁ ସେ ନପୁଂସକାଧିପତିଙ୍କୁ ନିବେଦନ କଲେ। 9 ସେତେବେଳେ ପରମେଶ୍ୱର ସେହି ନପୁଂସକାଧିପତିର ଦୃଷ୍ଟିରେ ଦାନିୟେଲଙ୍କୁ ଅନୁଗ୍ରହ ଓ ଦୟାର ପାତ୍ର କଲେ। 10 ତହିଁରେ ନପୁଂସକାଧିପତି ଦାନିୟେଲଙ୍କୁ କହିଲା, ଯେ ତୁମ୍ଭମାନଙ୍କର ଭକ୍ଷ୍ୟ ଓ ପାନୀୟ ଦ୍ରବ୍ୟ ନିରୂପଣ କରିଅଛନ୍ତି, “ମୁଁ ଆପଣାର ପ୍ରଭୁ ସେହି ମହାରାଜାଙ୍କୁ ଭୟ କରେ; କାରଣ ସେ ତୁମ୍ଭମାନଙ୍କର ସମବୟସ୍କ ଯୁବାମାନଙ୍କର ମୁଖ ଅପେକ୍ଷା ତୁମ୍ଭମାନଙ୍କ ମୁଖ କାହିଁକି ମଳିନ ଦେଖିବେ? ତାହାହେଲେ, ତୁମ୍ଭେମାନେ ରାଜାଙ୍କ ନିକଟରେ ମୋର ମସ୍ତକକୁ ସଂଶୟାପନ୍ନ କରିବ।” 11 ତହିଁରେ ନପୁଂସକାଧିପତି ଦାନିୟେଲ, ହନାନୀୟ, ମୀଶାୟେଲ ଓ ଅସରୀୟଙ୍କ ଉପରେ ଯେଉଁ ଗୃହାଧ୍ୟକ୍ଷକୁ ନିଯୁକ୍ତ କରିଥିଲା, ତାହାକୁ ଦାନିୟେଲ କହିଲେ; 12 “ଅନୁଗ୍ରହ କରି ଆପଣା ଦାସମାନଙ୍କୁ ଦଶ ଦିନ ପରୀକ୍ଷା କରନ୍ତୁ; ଆମ୍ଭମାନଙ୍କୁ ଭୋଜନ ନିମନ୍ତେ ଶସ୍ୟ ଓ ପାନ ନିମନ୍ତେ ଜଳ ଦିଆଯାଉ। 13 ତହିଁ ଉତ୍ତାରେ ଆପଣଙ୍କ ସମ୍ମୁଖରେ ଆମ୍ଭମାନଙ୍କର ମୁଖ ଓ ରାଜକୀୟ ଭକ୍ଷ୍ୟ ଭୋଜନକାରୀ ଯୁବାମାନଙ୍କର ମୁଖ ଦେଖାଯାଉ; ତହିଁରେ ଆପଣ ଯେପରି ଦେଖନ୍ତି, ତଦନୁସାରେ ଆପଣ ଦାସମାନଙ୍କ ପ୍ରତି ବ୍ୟବହାର କରନ୍ତୁ।” 14 ତହିଁରେ ସେ ଏହି ବିଷୟରେ ସେମାନଙ୍କ କଥା ଗ୍ରାହ୍ୟ କରି ଦଶ ଦିନ ପର୍ଯ୍ୟନ୍ତ ସେମାନଙ୍କର ପରୀକ୍ଷା କଲା। 15 ପୁଣି, ଦଶ ଦିନର ଶେଷରେ ରାଜକୀୟ ଆହାର ଭୋଜନକାରୀ ସକଳ ଯୁବାଙ୍କ ମୁଖ ଅପେକ୍ଷା ସେମାନଙ୍କ ମୁଖ ସୁନ୍ଦର ଦେଖାଗଲା ଓ ସେମାନେ ଅଧିକ ହୃଷ୍ଟପୃଷ୍ଟ ଦେଖାଗଲେ। 16 ଏଥିରେ ଗୃହାଧ୍ୟକ୍ଷ ସେମାନଙ୍କର ସେହି ଭକ୍ଷ୍ୟ ଓ ପାନୀୟ ଦ୍ରାକ୍ଷାରସ ବନ୍ଦ କରି ସେମାନଙ୍କୁ ଶସ୍ୟ ଦେଲା। 17 ଆଉ, ପରମେଶ୍ୱର ସେହି ଚାରି ଯୁବାଙ୍କୁ ସମସ୍ତ ବିଦ୍ୟା ଓ ଜ୍ଞାନରେ, ବୁଦ୍ଧି ଓ ନିପୁଣତା ଦେଲେ ପୁଣି, ଦାନିୟେଲ ଯାବତୀୟ ଦର୍ଶନ ଓ ସ୍ୱପ୍ନ ବିଷୟରେ ବୁଦ୍ଧିମାନ ହେଲେ। 18 ଆଉ, ରାଜା ସେମାନଙ୍କୁ ନିକଟକୁ ଆଣିବା ନିମନ୍ତେ ଯେଉଁ ସମୟ ନିରୂପଣ କରିଥିଲେ, ତାହା ଶେଷ ହୁଅନ୍ତେ, ନପୁଂସକାଧିପତି ସେମାନଙ୍କୁ ନବୂଖଦ୍ନିତ୍ସରର ଛାମୁକୁ ଆଣିଲା। 19 ପୁଣି, ରାଜା ସେମାନଙ୍କ ସଙ୍ଗେ ଆଳାପ କଲେ; ଆଉ, ସେହି ସମସ୍ତଙ୍କ ମଧ୍ୟରେ ଦାନିୟେଲ, ହନାନୀୟ, ମୀଶାୟେଲ ଓ ଅସରୀୟ ସମାନ କେହି ଦେଖାଗଲେ ନାହିଁ; ଏଣୁ ଏମାନେ ରାଜାଙ୍କ ଛାମୁରେ ଠିଆ ହେଲେ। 20 ଆଉ, ଜ୍ଞାନ ଓ ବୁଦ୍ଧି ସମ୍ବନ୍ଧୀୟ ଯେଉଁ କୌଣସି କଥା ରାଜା ସେମାନଙ୍କୁ ପଚାରିଲେ, ସେହି ସକଳ ବିଷୟରେ ସେ ଆପଣାର ସମଗ୍ର ରାଜ୍ୟସ୍ଥ ଯାବତୀୟ ମନ୍ତ୍ରବେତ୍ତା ଓ ଗଣକ ଅପେକ୍ଷା ସେମାନଙ୍କର ବିଜ୍ଞତା ଦଶଗୁଣ ଅଧିକ ଦେଖିଲା। 21 ପୁଣି, ଦାନିୟେଲ କୋରସ୍ ରାଜାର ପ୍ରଥମ ବର୍ଷ ପର୍ଯ୍ୟନ୍ତ ସେଠାରେ ରହିଲେ।
In Other Versions
Daniel 1 in the ANGEFD
Daniel 1 in the ANTPNG2D
Daniel 1 in the AS21
Daniel 1 in the BAGH
Daniel 1 in the BBPNG
Daniel 1 in the BBT1E
Daniel 1 in the BDS
Daniel 1 in the BEV
Daniel 1 in the BHAD
Daniel 1 in the BIB
Daniel 1 in the BLPT
Daniel 1 in the BNT
Daniel 1 in the BNTABOOT
Daniel 1 in the BNTLV
Daniel 1 in the BOATCB
Daniel 1 in the BOATCB2
Daniel 1 in the BOBCV
Daniel 1 in the BOCNT
Daniel 1 in the BOECS
Daniel 1 in the BOGWICC
Daniel 1 in the BOHCB
Daniel 1 in the BOHCV
Daniel 1 in the BOHLNT
Daniel 1 in the BOHNTLTAL
Daniel 1 in the BOICB
Daniel 1 in the BOILNTAP
Daniel 1 in the BOITCV
Daniel 1 in the BOKCV
Daniel 1 in the BOKCV2
Daniel 1 in the BOKHWOG
Daniel 1 in the BOKSSV
Daniel 1 in the BOLCB
Daniel 1 in the BOLCB2
Daniel 1 in the BOMCV
Daniel 1 in the BONAV
Daniel 1 in the BONCB
Daniel 1 in the BONLT
Daniel 1 in the BONUT2
Daniel 1 in the BOPLNT
Daniel 1 in the BOSCB
Daniel 1 in the BOSNC
Daniel 1 in the BOTLNT
Daniel 1 in the BOVCB
Daniel 1 in the BOYCB
Daniel 1 in the BPBB
Daniel 1 in the BPH
Daniel 1 in the BSB
Daniel 1 in the CCB
Daniel 1 in the CUV
Daniel 1 in the CUVS
Daniel 1 in the DBT
Daniel 1 in the DGDNT
Daniel 1 in the DHNT
Daniel 1 in the DNT
Daniel 1 in the ELBE
Daniel 1 in the EMTV
Daniel 1 in the ESV
Daniel 1 in the FBV
Daniel 1 in the FEB
Daniel 1 in the GGMNT
Daniel 1 in the GNT
Daniel 1 in the HARY
Daniel 1 in the HNT
Daniel 1 in the IRVA
Daniel 1 in the IRVB
Daniel 1 in the IRVG
Daniel 1 in the IRVH
Daniel 1 in the IRVK
Daniel 1 in the IRVM
Daniel 1 in the IRVM2
Daniel 1 in the IRVP
Daniel 1 in the IRVT
Daniel 1 in the IRVT2
Daniel 1 in the IRVU
Daniel 1 in the ISVN
Daniel 1 in the JSNT
Daniel 1 in the KAPI
Daniel 1 in the KBT1ETNIK
Daniel 1 in the KBV
Daniel 1 in the KJV
Daniel 1 in the KNFD
Daniel 1 in the LBA
Daniel 1 in the LBLA
Daniel 1 in the LNT
Daniel 1 in the LSV
Daniel 1 in the MAAL
Daniel 1 in the MBV
Daniel 1 in the MBV2
Daniel 1 in the MHNT
Daniel 1 in the MKNFD
Daniel 1 in the MNG
Daniel 1 in the MNT
Daniel 1 in the MNT2
Daniel 1 in the MRS1T
Daniel 1 in the NAA
Daniel 1 in the NASB
Daniel 1 in the NBLA
Daniel 1 in the NBS
Daniel 1 in the NBVTP
Daniel 1 in the NET2
Daniel 1 in the NIV11
Daniel 1 in the NNT
Daniel 1 in the NNT2
Daniel 1 in the NNT3
Daniel 1 in the PDDPT
Daniel 1 in the PFNT
Daniel 1 in the RMNT
Daniel 1 in the SBIAS
Daniel 1 in the SBIBS
Daniel 1 in the SBIBS2
Daniel 1 in the SBICS
Daniel 1 in the SBIDS
Daniel 1 in the SBIGS
Daniel 1 in the SBIHS
Daniel 1 in the SBIIS
Daniel 1 in the SBIIS2
Daniel 1 in the SBIIS3
Daniel 1 in the SBIKS
Daniel 1 in the SBIKS2
Daniel 1 in the SBIMS
Daniel 1 in the SBIOS
Daniel 1 in the SBIPS
Daniel 1 in the SBISS
Daniel 1 in the SBITS
Daniel 1 in the SBITS2
Daniel 1 in the SBITS3
Daniel 1 in the SBITS4
Daniel 1 in the SBIUS
Daniel 1 in the SBIVS
Daniel 1 in the SBT
Daniel 1 in the SBT1E
Daniel 1 in the SCHL
Daniel 1 in the SNT
Daniel 1 in the SUSU
Daniel 1 in the SUSU2
Daniel 1 in the SYNO
Daniel 1 in the TBIAOTANT
Daniel 1 in the TBT1E
Daniel 1 in the TBT1E2
Daniel 1 in the TFTIP
Daniel 1 in the TFTU
Daniel 1 in the TGNTATF3T
Daniel 1 in the THAI
Daniel 1 in the TNFD
Daniel 1 in the TNT
Daniel 1 in the TNTIK
Daniel 1 in the TNTIL
Daniel 1 in the TNTIN
Daniel 1 in the TNTIP
Daniel 1 in the TNTIZ
Daniel 1 in the TOMA
Daniel 1 in the TTENT
Daniel 1 in the UBG
Daniel 1 in the UGV
Daniel 1 in the UGV2
Daniel 1 in the UGV3
Daniel 1 in the VBL
Daniel 1 in the VDCC
Daniel 1 in the YALU
Daniel 1 in the YAPE
Daniel 1 in the YBVTP
Daniel 1 in the ZBP