Genesis 37 (IRVO)

1 ସେହି ସମୟରେ ଯାକୁବ ଆପଣା ପିତାଙ୍କର ପ୍ରବାସ ସ୍ଥାନ କିଣାନ ଦେଶରେ ବାସ କରୁଥିଲେ। 2 ଯାକୁବଙ୍କର ବୃତ୍ତାନ୍ତ ଏହି। ଯୋଷେଫ, ସତର ବର୍ଷ ବୟସ ସମୟରେ, ଆପଣା ଭାଇମାନଙ୍କ ସହିତ ପଶୁପଲ ଚରାଉଥିଲେ; ସେ ଆପଣା ପିତୃଭାର୍ଯ୍ୟା ବିଲ୍‌ହା ଓ ସିଳ୍ପାର ପୁତ୍ରମାନଙ୍କର ସଙ୍ଗୀ ବାଳକ ଥିଲା; ପୁଣି, ଯୋଷେଫ ସେହି ଭାଇମାନଙ୍କ କୁବ୍ୟବହାରର ବାର୍ତ୍ତା ପିତା ନିକଟକୁ ଆଣୁଥାଏ। 3 ସେହି ଯୋଷେଫ ଇସ୍ରାଏଲର ବୃଦ୍ଧାବସ୍ଥାର ସନ୍ତାନ ହେବା ସକାଶୁ ଇସ୍ରାଏଲ ସମସ୍ତ ପୁତ୍ରଠାରୁ ତାକୁ ଅଧିକ ସ୍ନେହ କଲେ, ଆଉ ତାକୁ ନାନା ବର୍ଣ୍ଣର ଏକ ଅଙ୍ଗରଖା ପ୍ରସ୍ତୁତ କରି ଦେଇଥିଲେ। 4 ମାତ୍ର ପିତା ସମସ୍ତ ପୁତ୍ର ଅପେକ୍ଷା ଯୋଷେଫକୁ ଅଧିକ ସ୍ନେହ କରିବାର ଦେଖି ତାହାର ଭାଇମାନେ ତାକୁ ଘୃଣା କଲେ ଓ ତାହା ପ୍ରତି ପ୍ରେମର କଥା କହି ପାରିଲେ ନାହିଁ। 5 ଏଥିଉତ୍ତାରେ ଯୋଷେଫ ଗୋଟିଏ ସ୍ୱପ୍ନ ଦେଖି ଆପଣା ଭାଇମାନଙ୍କୁ କହିଲା; ଏଥିରେ ସେମାନେ ତାକୁ ଆହୁରି ଅଧିକ ଘୃଣା କଲେ। 6 କାରଣ ସେ ସେମାନଙ୍କୁ କହିଲା, “ମୁଁ ଯେଉଁ ସ୍ୱପ୍ନ ଦେଖିଅଛି, ନିବେଦନ କରୁଅଛି, ତାହା ଶୁଣ। 7 ଦେଖ, ଆମ୍ଭେମାନେ କ୍ଷେତରେ ବିଡ଼ା ବାନ୍ଧୁଥିଲୁ, ତହିଁରେ ଦେଖ, ମୋହର ବିଡ଼ା ଉଠି ଛିଡ଼ା ହେଲା; ପୁଣି, ଦେଖ, ତୁମ୍ଭମାନଙ୍କ ବିଡ଼ାସବୁ ମୋʼ ବିଡ଼ାକୁ ଚାରିଆଡ଼େ ଘେରି ପ୍ରଣାମ କଲେ।” 8 ଏଥିରେ ତାହାର ଭାଇମାନେ ତାକୁ କହିଲେ, “ତୁ କି ସତେ ଆମ୍ଭମାନଙ୍କର ରାଜା ହେବୁ? ତୁ କି ସତେ ଆମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବୁ?” ତହୁଁ ସେମାନେ ତାହାର ସବୁ ସ୍ୱପ୍ନ ଓ କଥା ସକାଶୁ ତାକୁ ଆହୁରି ଅଧିକ ଘୃଣା କଲେ। 9 ଏଥିଉତ୍ତାରେ ଯୋଷେଫ ଆଉ ଗୋଟିଏ ସ୍ୱପ୍ନ ଦେଖି ଭାଇମାନଙ୍କୁ ଜଣାଇ କହିଲା, “ଦେଖ, ମୁଁ ଆଉ ଏକ ସ୍ୱପ୍ନ ଦେଖିଅଛି, ଦେଖ, ସୂର୍ଯ୍ୟ ଓ ଚନ୍ଦ୍ର ଓ ଏକାଦଶ ନକ୍ଷତ୍ର ମୋତେ ପ୍ରଣାମ କଲେ।” 10 ମାତ୍ର ସେ ଆପଣା ପିତା ଓ ଭାଇମାନଙ୍କ ସାକ୍ଷାତରେ ତାହା କହନ୍ତେ, ତାହାର ପିତା ତାହାକୁ ଧମକାଇ କହିଲେ, “ତୁ ଏ କି ପ୍ରକାର ସ୍ୱପ୍ନ ଦେଖିଲୁ? ମୁଁ ଓ ତୋʼ ମାତା ଓ ତୋʼ ଭ୍ରାତୃଗଣ, ଆମ୍ଭେମାନେ କି ଭୂମିଷ୍ଠ ହୋଇ ତୋତେ ପ୍ରଣାମ କରିବାକୁ ଆସିବୁ?” 11 ତହିଁରେ ତାହାର ଭାଇମାନେ ତାକୁ ଈର୍ଷା କଲେ, ମାତ୍ର ତାହାର ପିତା ସେହି କଥା ମନେ ରଖିଲେ। 12 ତଦନନ୍ତର ତାହାର ଭ୍ରାତୃଗଣ ପିତାଙ୍କର ପଶୁପଲ ଚରାଇବା ପାଇଁ ଶିଖିମକୁ ଗଲା ଉତ୍ତାରେ 13 ଇସ୍ରାଏଲ ଯୋଷେଫକୁ କହିଲେ, “ତୁମ୍ଭର ଭ୍ରାତୃଗଣ କି ଶିଖିମରେ ପଶୁପଲ ଚରାଉ ନାହାନ୍ତି? ଆସ, ମୁଁ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଇବି;” ତହିଁରେ ସେ କହିଲା, “ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।” 14 ସେତେବେଳେ ଇସ୍ରାଏଲ ତାହାକୁ କହିଲେ, “ତୁମ୍ଭେ ଯାଇ ତୁମ୍ଭର ଭ୍ରାତୃଗଣ ଓ ପଶୁପଲ ଭଲ ଅଛନ୍ତି କି ନାହିଁ, ତାହା ଦେଖି ମୋʼ ନିକଟକୁ ସମ୍ବାଦ ଆଣ।” ଏହିରୂପେ ସେ ହିବ୍ରୋଣର ତଳ ଭୂମିରୁ ଯୋଷେଫକୁ ପଠାନ୍ତେ, ସେ ଶିଖିମରେ ଉପସ୍ଥିତ ହେଲା। 15 ସେତେବେଳେ ଜଣେ ମନୁଷ୍ୟ ଯୋଷେଫକୁ କ୍ଷେତରେ ଏଣେତେଣେ ଭ୍ରମଣ କରିବାର ଦେଖି ପଚାରିଲା, “ତୁମ୍ଭେ କଅଣ ଖୋଜୁଅଛ?” 16 ସେ କହିଲା, “ମୋʼ ଭାଇମାନଙ୍କୁ ଖୋଜୁଅଛି, ସେମାନେ କେଉଁଠାରେ ପଶୁପଲ ଚରାଉଛନ୍ତି, ଅନୁଗ୍ରହ କରି ମୋତେ କୁହ।” 17 ସେ ମନୁଷ୍ୟ କହିଲା, “ସେମାନେ ଏଠାରୁ ଯାଇଅଛନ୍ତି; କାରଣ ମୁଁ ଶୁଣିଥିଲି, ‘ସେମାନେ ଦୋଥନକୁ ଯିବେ ବୋଲି କହୁଥିଲେ।’” ଏଣୁ ଯୋଷେଫ ଆପଣା ଭାଇମାନଙ୍କ ପଛେ ପଛେ ଯାଇ ଦୋଥନରେ ସେମାନଙ୍କର ଦେଖା ପାଇଲା। 18 ସେମାନେ ତାହାକୁ ଦୂରରୁ ଦେଖିଲେ, ପୁଣି, ସେ ସେମାନଙ୍କ ନିକଟରେ ପହଞ୍ଚିବା ପୂର୍ବେ ସେମାନେ ତାକୁ ବଧ କରିବା ପାଇଁ ମନ୍ତ୍ରଣା କଲେ। 19 ଆଉ, ସେମାନେ ଏକ ଆରେକକୁ କହିଲେ, “ଏହି ଦେଖ, ସ୍ୱପ୍ନଦର୍ଶକ ମହାଶୟ ଆସୁଅଛନ୍ତି। 20 ଆସ, ଆମ୍ଭେମାନେ ତାକୁ ବଧ କରି କୌଣସି ଏକ ଗାତରେ ପକାଇ ଦେଉ; ପୁଣି, ‘କୌଣସି ହିଂସ୍ରକ ଜନ୍ତୁ ତାକୁ ଖାଇପକାଇଲା ବୋଲି କହିବା;’ ଆଚ୍ଛା ଦେଖିବା, ତାହାର ସ୍ୱପ୍ନ ସବୁର କଅଣ ହେବ।” 21 ଏ କଥା ଶୁଣି ରୁବେନ୍‍ ସେମାନଙ୍କ ହସ୍ତରୁ ତାକୁ ରକ୍ଷା କରି କହିଲା, “ନା, ଆମ୍ଭେମାନେ ତାକୁ ପ୍ରାଣରେ ମାରି ପକାଇବା ନାହିଁ।” 22 ଆଉ ରୁବେନ୍‍ ସେମାନଙ୍କ ହସ୍ତରୁ ତାକୁ ରକ୍ଷା କରି ପିତା ନିକଟକୁ ଫେରି ପଠାଇବା ମାନସରେ ସେମାନଙ୍କୁ କହିଲା, “ତୁମ୍ଭେମାନେ ରକ୍ତପାତ କର ନାହିଁ, ପ୍ରାନ୍ତରର ଏହି ଗର୍ତ୍ତ ମଧ୍ୟରେ ତାକୁ ପକାଇଦିଅ, ମାତ୍ର ତାହା ପ୍ରତି ହାତ ଉଠାଅ ନାହିଁ।” 23 ଏଥିଉତ୍ତାରେ ଯୋଷେଫ ଭାଇମାନଙ୍କ ନିକଟକୁ ଆସନ୍ତେ, ସେମାନେ ତାହାର ଅଙ୍ଗରଖା, ସେହି ନାନା ବର୍ଣ୍ଣର ଅଙ୍ଗରଖା, ତାହା ଦେହରୁ କାଢ଼ିନେଇ; 24 ତାକୁ ଧରି ଗର୍ତ୍ତ ମଧ୍ୟରେ ପକାଇଦେଲେ, ସେହି ଗର୍ତ୍ତ ଶୂନ୍ୟ, ତହିଁରେ ଜଳ ନ ଥିଲା। 25 ତହୁଁ ସେମାନେ ଭୋଜନ କରିବାକୁ ବସିଲେ; ସେମାନେ ଅନାଇ ଦେଖିଲେ, ଯେ ଗିଲୀୟଦରୁ ଏକ ଦଳ ଇଶ୍ମାୟେଲୀୟ ପଥିକ ଓଟ ଉପରେ ସୁଗନ୍ଧି ଦ୍ରବ୍ୟ ଓ ଗୁଗ୍ଗୁଳ ଓ ଗନ୍ଧରସ ଘେନି ମିସର ଦେଶକୁ ଯାଉଅଛନ୍ତି। 26 ସେତେବେଳେ ଯିହୁଦା ଭାଇମାନଙ୍କୁ କହିଲା, “ଆମ୍ଭମାନଙ୍କ ଭାଇକୁ ବଧ କରି ତାହାର ରକ୍ତ ଗୋପନ କଲେ, ଆମ୍ଭମାନଙ୍କର ଲାଭ କଅଣ? 27 ଆସ, ଆମ୍ଭେମାନେ ତାକୁ ଏହି ଇଶ୍ମାୟେଲୀୟ ଲୋକମାନଙ୍କୁ ବିକ୍ରୟ କରିଦେଉ, ଆମ୍ଭମାନଙ୍କ ହସ୍ତ ତାହା ପ୍ରତିକୂଳରେ ନ ଉଠୁ; କାରଣ ସେ ଆମ୍ଭମାନଙ୍କ ଭ୍ରାତା ଓ ଆମ୍ଭମାନଙ୍କ ମାଂସ ସ୍ୱରୂପ।” ତହିଁରେ ତାହାର ଭାଇମାନେ ସମ୍ମତ ହେଲେ। 28 ସେତେବେଳେ ସେହି ମିଦୀୟନୀୟ ବଣିକମାନେ ନିକଟକୁ ଆସନ୍ତେ, ସେମାନେ ଯୋଷେଫକୁ ଗର୍ତ୍ତ ମଧ୍ୟରୁ ଉପରକୁ ଟାଣି ଆଣିଲେ; ପୁଣି, ଇଶ୍ମାୟେଲୀୟମାନଙ୍କଠାରୁ କୋଡ଼ିଏ ଶେକେଲ ରୌପ୍ୟ ମୁଦ୍ରା ନେଇ ଯୋଷେଫକୁ ବିକ୍ରୟ କରିଦେଲେ; ତହିଁରେ ସେମାନେ ଯୋଷେଫକୁ ମିସର ଦେଶକୁ ନେଇଗଲେ। 29 ଏଥିଉତ୍ତାରେ ରୁବେନ୍‍ ଗର୍ତ୍ତ ନିକଟକୁ ଫେରିଯାଇ ଯୋଷେଫ ଗର୍ତ୍ତ ଭିତରେ ନାହିଁ, ଏହା ଦେଖି ଆପଣା ବସ୍ତ୍ର ଚିରିଲା। 30 ପୁଣି, ଭାଇମାନଙ୍କ ନିକଟକୁ ଫେରିଆସି କହିଲା, “ବାଳକଟି ନାହିଁ; ଆଉ ମୁଁ କେଉଁଠାକୁ ଯିବି?” 31 ଏଥିଉତ୍ତାରେ ସେମାନେ ଯୋଷେଫର ଅଙ୍ଗରଖା ଘେନି ଗୋଟିଏ ଛାଗ ମାରି ତାହାର ରକ୍ତରେ ତାହା ଡୁବାଇଲେ। 32 ଆଉ, ସେମାନେ ଆପଣା ପିତା ନିକଟକୁ ସେହି ନାନା ବର୍ଣ୍ଣର ଅଙ୍ଗରଖା ପଠାଇଦେଇ କହିଲେ, “ଆମ୍ଭେମାନେ ଏତିକି ମାତ୍ର ପାଇଲୁ, ଏହା ତୁମ୍ଭ ପୁତ୍ରର ଅଙ୍ଗରଖା କି ନାହିଁ, ଚିହ୍ନ।” 33 ତହିଁରେ ସେ ତାହା ଚିହ୍ନି କହିଲେ, “ଏହି ଅଙ୍ଗରଖା ତ ମୋʼ ପୁତ୍ରର; କୌଣସି ହିଂସ୍ରକ ଜନ୍ତୁ ତାହାକୁ ଖାଇ ପକାଇଅଛି, ଯୋଷେଫ ନିଶ୍ଚୟ ଖଣ୍ଡ ଖଣ୍ଡ ହୋଇ ବିଦୀର୍ଣ୍ଣ ହୋଇଅଛି।” 34 ତହୁଁ ଯାକୁବ ଆପଣା ବସ୍ତ୍ର ଚିରି କଟିଦେଶରେ ଅଖା ପିନ୍ଧି ପୁତ୍ର ନିମନ୍ତେ ଅନେକ ଦିନ ପର୍ଯ୍ୟନ୍ତ ଶୋକ କଲେ। 35 ଏଥିଉତ୍ତାରେ ତାଙ୍କର ସମସ୍ତ ପୁତ୍ର ଓ ସମସ୍ତ କନ୍ୟା ଉଠି ତାଙ୍କୁ ସାନ୍ତ୍ୱନା କରିବାକୁ ଯତ୍ନ କଲେ; ମାତ୍ର ସେ ମାନିଲେ ନାହିଁ; ପୁଣି, ସେ କହିଲେ, “ମୁଁ ଶୋକ କରୁ କରୁ ପୁତ୍ର ନିକଟକୁ କବରକୁ ଅଧୋଗମନ କରିବି।” ଏହି ପ୍ରକାରେ ତାହାର ପିତା ତାହା ନିମନ୍ତେ ରୋଦନ କଲେ। 36 ଏଥିମଧ୍ୟରେ ସେହି ମିଦୀୟନୀୟମାନେ ମିସର ଦେଶରେ ପୋଟୀଫର ନାମକ ଫାରୋର ଭୃତ୍ୟ, ଅର୍ଥାତ୍‍, ରକ୍ଷକ ସେନାପତିକୁ ଯୋଷେଫକୁ ବିକ୍ରୟ କଲେ।

In Other Versions

Genesis 37 in the ANGEFD

Genesis 37 in the ANTPNG2D

Genesis 37 in the AS21

Genesis 37 in the BAGH

Genesis 37 in the BBPNG

Genesis 37 in the BBT1E

Genesis 37 in the BDS

Genesis 37 in the BEV

Genesis 37 in the BHAD

Genesis 37 in the BIB

Genesis 37 in the BLPT

Genesis 37 in the BNT

Genesis 37 in the BNTABOOT

Genesis 37 in the BNTLV

Genesis 37 in the BOATCB

Genesis 37 in the BOATCB2

Genesis 37 in the BOBCV

Genesis 37 in the BOCNT

Genesis 37 in the BOECS

Genesis 37 in the BOGWICC

Genesis 37 in the BOHCB

Genesis 37 in the BOHCV

Genesis 37 in the BOHLNT

Genesis 37 in the BOHNTLTAL

Genesis 37 in the BOICB

Genesis 37 in the BOILNTAP

Genesis 37 in the BOITCV

Genesis 37 in the BOKCV

Genesis 37 in the BOKCV2

Genesis 37 in the BOKHWOG

Genesis 37 in the BOKSSV

Genesis 37 in the BOLCB

Genesis 37 in the BOLCB2

Genesis 37 in the BOMCV

Genesis 37 in the BONAV

Genesis 37 in the BONCB

Genesis 37 in the BONLT

Genesis 37 in the BONUT2

Genesis 37 in the BOPLNT

Genesis 37 in the BOSCB

Genesis 37 in the BOSNC

Genesis 37 in the BOTLNT

Genesis 37 in the BOVCB

Genesis 37 in the BOYCB

Genesis 37 in the BPBB

Genesis 37 in the BPH

Genesis 37 in the BSB

Genesis 37 in the CCB

Genesis 37 in the CUV

Genesis 37 in the CUVS

Genesis 37 in the DBT

Genesis 37 in the DGDNT

Genesis 37 in the DHNT

Genesis 37 in the DNT

Genesis 37 in the ELBE

Genesis 37 in the EMTV

Genesis 37 in the ESV

Genesis 37 in the FBV

Genesis 37 in the FEB

Genesis 37 in the GGMNT

Genesis 37 in the GNT

Genesis 37 in the HARY

Genesis 37 in the HNT

Genesis 37 in the IRVA

Genesis 37 in the IRVB

Genesis 37 in the IRVG

Genesis 37 in the IRVH

Genesis 37 in the IRVK

Genesis 37 in the IRVM

Genesis 37 in the IRVM2

Genesis 37 in the IRVP

Genesis 37 in the IRVT

Genesis 37 in the IRVT2

Genesis 37 in the IRVU

Genesis 37 in the ISVN

Genesis 37 in the JSNT

Genesis 37 in the KAPI

Genesis 37 in the KBT1ETNIK

Genesis 37 in the KBV

Genesis 37 in the KJV

Genesis 37 in the KNFD

Genesis 37 in the LBA

Genesis 37 in the LBLA

Genesis 37 in the LNT

Genesis 37 in the LSV

Genesis 37 in the MAAL

Genesis 37 in the MBV

Genesis 37 in the MBV2

Genesis 37 in the MHNT

Genesis 37 in the MKNFD

Genesis 37 in the MNG

Genesis 37 in the MNT

Genesis 37 in the MNT2

Genesis 37 in the MRS1T

Genesis 37 in the NAA

Genesis 37 in the NASB

Genesis 37 in the NBLA

Genesis 37 in the NBS

Genesis 37 in the NBVTP

Genesis 37 in the NET2

Genesis 37 in the NIV11

Genesis 37 in the NNT

Genesis 37 in the NNT2

Genesis 37 in the NNT3

Genesis 37 in the PDDPT

Genesis 37 in the PFNT

Genesis 37 in the RMNT

Genesis 37 in the SBIAS

Genesis 37 in the SBIBS

Genesis 37 in the SBIBS2

Genesis 37 in the SBICS

Genesis 37 in the SBIDS

Genesis 37 in the SBIGS

Genesis 37 in the SBIHS

Genesis 37 in the SBIIS

Genesis 37 in the SBIIS2

Genesis 37 in the SBIIS3

Genesis 37 in the SBIKS

Genesis 37 in the SBIKS2

Genesis 37 in the SBIMS

Genesis 37 in the SBIOS

Genesis 37 in the SBIPS

Genesis 37 in the SBISS

Genesis 37 in the SBITS

Genesis 37 in the SBITS2

Genesis 37 in the SBITS3

Genesis 37 in the SBITS4

Genesis 37 in the SBIUS

Genesis 37 in the SBIVS

Genesis 37 in the SBT

Genesis 37 in the SBT1E

Genesis 37 in the SCHL

Genesis 37 in the SNT

Genesis 37 in the SUSU

Genesis 37 in the SUSU2

Genesis 37 in the SYNO

Genesis 37 in the TBIAOTANT

Genesis 37 in the TBT1E

Genesis 37 in the TBT1E2

Genesis 37 in the TFTIP

Genesis 37 in the TFTU

Genesis 37 in the TGNTATF3T

Genesis 37 in the THAI

Genesis 37 in the TNFD

Genesis 37 in the TNT

Genesis 37 in the TNTIK

Genesis 37 in the TNTIL

Genesis 37 in the TNTIN

Genesis 37 in the TNTIP

Genesis 37 in the TNTIZ

Genesis 37 in the TOMA

Genesis 37 in the TTENT

Genesis 37 in the UBG

Genesis 37 in the UGV

Genesis 37 in the UGV2

Genesis 37 in the UGV3

Genesis 37 in the VBL

Genesis 37 in the VDCC

Genesis 37 in the YALU

Genesis 37 in the YAPE

Genesis 37 in the YBVTP

Genesis 37 in the ZBP