Isaiah 15 (IRVO)
1 ମୋୟାବ ବିଷୟକ ଭବିଷ୍ୟତବାଣୀ।ମୋୟାବର ଆର ନଗର ଏକ ରାତ୍ରି ମଧ୍ୟରେ ଉଚ୍ଛିନ୍ନ ଓ ଧ୍ୱଂସିତ ହେଲା;ଏକ ରାତ୍ରି ମଧ୍ୟରେ ମୋୟାବର କୀର୍ ନଗର ଉଚ୍ଛିନ୍ନ ଓ ଧ୍ୱଂସିତ ହେଲା। 2 ସେ ରୋଦନ କରିବା ପାଇଁ ବୈଥତ୍କୁ ଓ ଦୀବୋନ୍କୁ, ଉଚ୍ଚସ୍ଥଳୀକି ଯାଇଅଛି;ନବୋ ଓ ମେଦବାର ବିଷୟରେ ମୋୟାବ ହାହାକାର କରୁଅଛି;ସେହି ସମସ୍ତଙ୍କର ମସ୍ତକ ମୁଣ୍ଡନ ହୋଇଅଛି, ପ୍ରତ୍ୟେକର ଦାଢ଼ି କଟା ହୋଇଅଛି। 3 ସେମାନଙ୍କର ସବୁ ସଡ଼କରେ ଲୋକମାନେ ଚଟବସ୍ତ୍ର ପିନ୍ଧୁଅଛନ୍ତି; ଆପଣା ଆପଣା ଗୃହର ଛାତ ଉପରେଓ ଛକ ସ୍ଥାନମାନଙ୍କରେ ପ୍ରତ୍ୟେକ ଲୋକ ଅତିଶୟ ରୋଦନ କରି ହାହାକାର କରୁଅଛନ୍ତି। 4 ହିଷ୍ବୋନ ଓ ଇଲୀୟାଲୀ କ୍ରନ୍ଦନ କରୁଅଛନ୍ତି; ସେମାନଙ୍କର ରବ ଯହସ ପର୍ଯ୍ୟନ୍ତ ଶୁଣା ଯାଉଅଛି;ଏହେତୁ ମୋୟାବର ସସଜ୍ଜ ଲୋକେ ଆର୍ତ୍ତନାଦ କରୁଅଛନ୍ତି; ତାହାର ପ୍ରାଣ ତାହା ମଧ୍ୟରେ କମ୍ପିତ ହେଉଅଛି। 5 ଆମ୍ଭର ହୃଦୟ ମୋୟାବ ପାଇଁ କ୍ରନ୍ଦନ କରୁଅଛି; ତାହାର କୁଳୀନମାନେ ସୋୟର ପର୍ଯ୍ୟନ୍ତ ଇଗ୍ଲତ୍-ଶଲୀଶୀୟାକୁ ପଳାଉଅଛନ୍ତି;କାରଣ ସେମାନେ ରୋଦନ କରୁ କରୁ ଲୂହୀତ-ଘାଟୀ ଉପରକୁ ଯାଉଅଛନ୍ତି;ହୋରୋନୟିମ ବାଟରେ ବିନାଶ ହେତୁ ସେମାନେ ଆର୍ତ୍ତନାଦ କରୁଅଛନ୍ତି। 6 କାରଣ ନିମ୍ରୀମର ଜଳସମୂହ ଶୂନ୍ୟ ହେବ; ତୃଣ ଶୁଷ୍କ ହୋଇଅଛି,ନବୀନ ତୃଣର ଅଭାବ ହେଉଅଛି, ହରିଦ୍ବର୍ଣ୍ଣର କିଛି ହିଁ ନାହିଁ। 7 ଏହେତୁ ସେମାନେ ଆପଣାମାନଙ୍କର ପ୍ରାପ୍ତ ଧନ ଓ ରକ୍ଷିତ ଦ୍ରବ୍ୟସବୁବାଇଶୀ ବୃକ୍ଷର ସ୍ରୋତ ନିକଟକୁ ନେଇଯିବେ। 8 କାରଣ ମୋୟାବର ଚତୁର୍ଦ୍ଦିଗସ୍ଥ ସୀମାକୁ କ୍ରନ୍ଦନର ଶବ୍ଦ ଯାଇଅଛି;ତହିଁର ହାହାକାର ଇଗ୍ଲୟିମ୍ ପର୍ଯ୍ୟନ୍ତ ଓ ତହିଁର ହାହାକାର ବେରେଲୀମ୍ ପର୍ଯ୍ୟନ୍ତ ଯାଇଅଛି। 9 କାରଣ ଦୀମୋନର ଜଳସମୂହ ରକ୍ତମୟ ହୋଇଅଛି; ପୁଣି, ଆମ୍ଭେ ଦୀମୋନର ଉପରେ ଆହୁରି ଦୁଃଖଓ ମୋୟାବର ପଳାତକ ଲୋକ ଉପରେ ଓ ଦେଶର ଅବଶିଷ୍ଟାଂଶ ଉପରେ ଗୋଟିଏ ସିଂହ ଆଣିବା।