Job 25 (IRVO)
1 ଏଥିରେ ଶୂହୀୟ ବିଲ୍ଦଦ୍ ଉତ୍ତର କରି କହିଲା, 2 “ପ୍ରଭୁତ୍ୱ ଓ ଭୟ ତାହାଙ୍କଠାରେ ଥାଏ;ସେ ଆପଣା ଉଚ୍ଚସ୍ଥାନରେ ଶାନ୍ତି ସମ୍ପାଦନ କରନ୍ତି। 3 ତାହାଙ୍କ ସୈନ୍ୟଦଳର କି କୌଣସି ସଂଖ୍ୟା ଅଛି?କାହା ଉପରେ ତାହାଙ୍କ ଦୀପ୍ତି ଉଦିତ ନ ହୁଏ? 4 ତେବେ ମନୁଷ୍ୟ କିପରି ପରମେଶ୍ୱରଙ୍କ ଛାମୁରେ ଧାର୍ମିକ ହୋଇ ପାରିବ?ଅବା ସ୍ତ୍ରୀଜାତ ଲୋକ କିପରି ଶୁଚି ହୋଇ ପାରିବ? 5 ଦେଖ, ତାହାଙ୍କ ଦୃଷ୍ଟିରେ ଚନ୍ଦ୍ର ହିଁ ନିସ୍ତେଜ ଅଟେଓ ତାରାଗଣ ନିର୍ମଳ ନୁହନ୍ତି; 6 ତେବେ କୀଟମାତ୍ର ମନୁଷ୍ୟ କʼଣ!ଓ କୃମିମାତ୍ର ମନୁଷ୍ୟ-ସନ୍ତାନ କʼଣ?”