Job 26 (IRVO)
1 ତହିଁରେ ଆୟୁବ ଉତ୍ତର କରି କହିଲା, 2 “ତୁମ୍ଭେ କିପରି ବଳହୀନ ଲୋକର ସାହାଯ୍ୟ କରିଅଛ!ତୁମ୍ଭେ କିପରି ଦୁର୍ବଳ ବାହୁକୁ ଉଦ୍ଧାର କରିଅଛ! 3 ତୁମ୍ଭେ କିପରି ଜ୍ଞାନହୀନ ଲୋକକୁ ପରାମର୍ଶ ଦେଇଅଛଓ ପ୍ରଚୁର ରୂପେ ବିଜ୍ଞତା ପ୍ରକାଶ କରିଅଛ! 4 ତୁମ୍ଭେ କାହାକୁ କଥା କହୁଅଛ?ତୁମ୍ଭଠାରୁ କାହାର ଆତ୍ମା ନିର୍ଗତ ହେଲା?” 5 “ବିଲ୍ଦଦ୍ ଉତ୍ତର କରି କହିଲା, ପ୍ରେତଗଣ, ଜଳରାଶିଓ ତନ୍ନିବାସୀଗଣ ତଳେ କମ୍ପିତ ହୁଅନ୍ତି। 6 ତାହାଙ୍କ ସମ୍ମୁଖରେ ପାତାଳ ଅନାବୃତଓ ବିନାଶ ସ୍ଥାନର କୌଣସି ଆବରଣ ନାହିଁ। 7 ସେ ଶୂନ୍ୟ ଉପରେ ଉତ୍ତର-କେନ୍ଦ୍ର ପ୍ରସାରନ୍ତିଓ ଅବସ୍ତୁ ଉପରେ ପୃଥିବୀକୁ ଝୁଲାନ୍ତି। 8 ସେ ଆପଣା ନିବିଡ଼ ମେଘମାଳରେ ଜଳରାଶିକି ବାନ୍ଧନ୍ତିଓ ତହିଁ ତଳେ ମେଘ ଚିରି ଯାଏ ନାହିଁ। 9 ସେ ଆପଣା ସିଂହାସନର ମୁଖ ବନ୍ଦ କରନ୍ତିଓ ତହିଁ ଉପରେ ଆପଣା ମେଘ ବିସ୍ତୀର୍ଣ୍ଣ କରନ୍ତି। 10 ସେ ଦୀପ୍ତି ଓ ଅନ୍ଧକାରର ପ୍ରାନ୍ତ ପର୍ଯ୍ୟନ୍ତଜଳରାଶି ଉପରେ ସୀମା ନିର୍ଣ୍ଣୟ କରିଅଛନ୍ତି। 11 ଆକାଶମଣ୍ଡଳର ସ୍ତମ୍ଭସକଳ ତାହାଙ୍କ ଅନୁଯୋଗରେ କମ୍ପିତଓ ଚମତ୍କୃତ ହୁଅନ୍ତି। 12 ସେ ଆପଣା ପରାକ୍ରମରେ ସମୁଦ୍ରକୁ ମନ୍ଥନ କରନ୍ତିଓ ଆପଣା ବୁଦ୍ଧିରେ ରାହବକୁ ବିଦ୍ଧ କରନ୍ତି। 13 ତାହାଙ୍କ ଶ୍ୱାସ ଦ୍ୱାରା ଆକାଶମଣ୍ଡଳ ସୁଶୋଭିତ ହୁଏ;ତାହାଙ୍କ ହସ୍ତ ଶୀଘ୍ରଗାମୀ ନାଗକୁ ବିଦ୍ଧ କରିଅଛି। 14 ଦେଖ, ଏହିସବୁ ତାହାଙ୍କ ମାର୍ଗର ପ୍ରାନ୍ତଭାଗ ମାତ୍ର;ଆଉ, ତାହାଙ୍କ ବିଷୟରେ ଆମ୍ଭେମାନେ କେଡ଼େ ଈଷତ୍ କ୍ଷୀଣ ସ୍ୱର ଶୁଣୁଥାଉ!ମାତ୍ର ତାହାଙ୍କ ପରାକ୍ରମର ଗର୍ଜ୍ଜନ କିଏ ବୁଝିପାରେ?”