Joel 2 (IRVO)
1 ତୁମ୍ଭେମାନେ ସିୟୋନରେ ତୂରୀ ବଜାଅଓ ଆମ୍ଭ ପବିତ୍ର ପର୍ବତରେ ଘୋରନାଦ କର!ଦେଶ ନିବାସୀ ସମସ୍ତେ କମ୍ପମାନ ହେଉନ୍ତୁ;କାରଣ ସଦାପ୍ରଭୁଙ୍କର ଦିନ ଆସୁଅଛି, ସେ ଦିନ ନିକଟ। 2 ତାହା ତିମିର ଓ ଅନ୍ଧକାରମୟ ଦିନ,ତାହା ମେଘାଚ୍ଛନ୍ନ ଓ ନିବିଡ଼ ଅନ୍ଧକାରମୟ ଦିନ,ପର୍ବତଗଣର ଉପରେ ଅରୁଣ ତୁଲ୍ୟ ତାହା ବ୍ୟାପ୍ତ ହେଉଅଛି;ମହତୀ ଓ ବଳବତୀ ଏକ ଗୋଷ୍ଠୀ,ତାହାରି ସଦୃଶ ଗୋଷ୍ଠୀ କେବେ ହୋଇ ନାହିଁ,କିଅବା ସେମାନଙ୍କ ଉତ୍ତାରେ ଅନେକ ଅନେକପିଢ଼ିର ବର୍ଷ ପର୍ଯ୍ୟନ୍ତ ହେବ ନାହିଁ। 3 ସେମାନଙ୍କ ଆଗରେ ଅଗ୍ନି ଗ୍ରାସ କରୁଅଛିଓ ସେମାନଙ୍କ ପଶ୍ଚାତରେ ଅଗ୍ନିଶିଖା ଦଗ୍ଧ କରୁଅଛି;ସେମାନଙ୍କ ଆଗରେ ଦେଶ ଏଦନ ଉଦ୍ୟାନ ତୁଲ୍ୟଓ ସେମାନଙ୍କ ପଶ୍ଚାତରେ ତାହା ଧ୍ୱଂସିତ ପ୍ରାନ୍ତର;ଆଉ, ସେମାନଙ୍କଠାରୁ ରକ୍ଷାପ୍ରାପ୍ତ କେହି ନାହିଁ। 4 ସେମାନଙ୍କର ଆକାର ଅଶ୍ୱଗଣର ଆକୃତି ତୁଲ୍ୟଓ ସେମାନେ ଅଶ୍ୱାରୋହୀଗଣର ତୁଲ୍ୟ ଦୌଡ଼ନ୍ତି। 5 ପର୍ବତଗଣର ଶୃଙ୍ଗରେ ରଥସମୂହର ଶବ୍ଦ ତୁଲ୍ୟ ସେମାନେ କୁଦନ୍ତି,ନଡ଼ାଗ୍ରାସକାରୀ ଅଗ୍ନିଶିଖାର ଶବ୍ଦ ତୁଲ୍ୟ,ସେମାନେ ଯୁଦ୍ଧାର୍ଥେ ଶ୍ରେଣୀବଦ୍ଧ ବଳବତୀ ଗୋଷ୍ଠୀ ତୁଲ୍ୟ। 6 ସେମାନଙ୍କ ସାକ୍ଷାତରେ ଗୋଷ୍ଠୀଗଣ ଯନ୍ତ୍ରଣାଯୁକ୍ତ;ସମସ୍ତଙ୍କର ମୁଖ ମଳିନ। 7 ସେମାନେ ବୀରଗଣ ତୁଲ୍ୟ ଦୌଡ଼ନ୍ତି;ସେମାନେ ଯୋଦ୍ଧାଗଣ ତୁଲ୍ୟ ପ୍ରାଚୀର ଚଢ଼ନ୍ତି;ସେମାନେ ପ୍ରତ୍ୟେକେ ଆପଣା ଆପଣା ପଥରେ ଅଗ୍ରସର ହୁଅନ୍ତିଓ ସେମାନେ ଆପଣା ଆପଣା ଶ୍ରେଣୀ ଭଗ୍ନ କରନ୍ତି ନାହିଁ। 8 ଅବା ସେମାନଙ୍କର ଏକ ଜଣ ଆର ଜଣକୁ ଠେଲନ୍ତି ନାହିଁ;ସେମାନେ ପ୍ରତ୍ୟେକେ ଆପଣା ଆପଣା ପଥରେ ଅଗ୍ରସର ହୁଅନ୍ତି;ସେମାନେ ଅସ୍ତ୍ରଶସ୍ତ୍ର ମଧ୍ୟରେ ପେଲି ହୋଇ ପଶନ୍ତିଓ ଆପଣା ଆପଣା ଯିବାର ପଥ ଛାଡ଼ନ୍ତି ନାହିଁ। 9 ସେମାନେ ନଗର ଉପରେ କୁଦନ୍ତି;ସେମାନେ ନଗରର ପ୍ରାଚୀର ଉପରେ ଦୌଡ଼ନ୍ତି;ସେମାନେ ଗୃହ ଉପରେ ଚଢ଼ନ୍ତି;ସେମାନେ ଚୋର ପରି ଝରକା ବାଟେ ପ୍ରବେଶ କରନ୍ତି। 10 ସେମାନଙ୍କ ସମ୍ମୁଖରେ ପୃଥିବୀ କମ୍ପିତ ହୁଏ;ଆକାଶମଣ୍ଡଳ ଥରଥର ହୁଏ;ସୂର୍ଯ୍ୟ ଓ ଚନ୍ଦ୍ର ଅନ୍ଧକାରମୟ ହୁଏଓ ନକ୍ଷତ୍ରଗଣ ଆପଣା ଆପଣା ତେଜ ରହିତ କରନ୍ତି। 11 ପୁଣି, ସଦାପ୍ରଭୁ ଆପଣା ସୈନ୍ୟସାମନ୍ତ ସମ୍ମୁଖରେଆପଣା ରବ ଉଚ୍ଚାରଣ କରନ୍ତି;କାରଣ ତାହାଙ୍କର ଛାଉଣି ଅତି ବଡ଼;କାରଣ ତାହାଙ୍କର ବାକ୍ୟ ଯେ ସାଧନ କରେ, ସେ ବଳବାନ।କାରଣ ସଦାପ୍ରଭୁଙ୍କର ଦିନ ମହତ୍ ଓ ଅତି ଭୟାନକ;ଆଉ କିଏ ତାହା ସହ୍ୟ କରିପାରେ? 12 ତଥାପି ସଦାପ୍ରଭୁ କହନ୍ତି,“ଏବେ ହେଁ ତୁମ୍ଭେମାନେ ଉପବାସ, ରୋଦନ ଓ ବିଳାପ କରିଆପଣାମାନଙ୍କର ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସ। 13 ପୁଣି, ଆପଣା ଆପଣା ବସ୍ତ୍ର ନ ଚିରି ଅନ୍ତଃକରଣ ଚିର”ଓ ସଦାପ୍ରଭୁ ଆପଣାମାନଙ୍କର ପରମେଶ୍ୱରଙ୍କ ନିକଟକୁ ଫେରି ଆସ;କାରଣ ସେ କୃପାମୟ ଓ ସ୍ନେହଶୀଳ,କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ,ଆଉ ସେ ଅମଙ୍ଗଳ କରିବା ବିଷୟରେ କ୍ଷାନ୍ତ ହୁଅନ୍ତି। 14 କେଜାଣି ସେ ଫେରି ଦୁଃଖିତ ହେବେ ଓ ଆପଣା ପଶ୍ଚାତ୍ ଆଶୀର୍ବାଦ,ଅର୍ଥାତ୍, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ରଖିଯିବେ। 15 ସିୟୋନରେ ତୂରୀ ବଜାଅଓ ପବିତ୍ର ଉପବାସ ନିରୂପଣ କର, ମହାସଭା ଆହ୍ୱାନ କର; 16 ଲୋକମାନଙ୍କୁ ଏକତ୍ର କର,ପବିତ୍ର ସମାଜ ନିରୂପଣ କର, ପ୍ରାଚୀନମାନଙ୍କୁ ସଂଗ୍ରହ କର,ବାଳକ, ବାଳିକାମାନଙ୍କୁ ଓ ଦୁଗ୍ଧପୋଷ୍ୟ ଶିଶୁମାନଙ୍କୁ ଏକତ୍ର କର;ବର ଆପଣା ଶୟନ ଗୃହରୁ ଓ କନ୍ୟା ଆପଣା ଅନ୍ତଃପୁରରୁ ବାହାର ହେଉ। 17 ବରଣ୍ଡା ଓ ବେଦିର ମଧ୍ୟସ୍ଥାନରେସଦାପ୍ରଭୁଙ୍କର ପରିଚାରକ ଯାଜକମାନେ ରୋଦନ କରନ୍ତୁ,ଆଉ ସେମାନେ କହନ୍ତୁ,“ହେ ସଦାପ୍ରଭୁ, ଆପଣା ଲୋକମାନଙ୍କୁ ଦୟା କରଓ ଅନ୍ୟ ଦେଶୀୟମାନେ ଯେପରିସେମାନଙ୍କ ଉପରେ ଶାସନ ନ କରିବେ,ଏଥିପାଇଁ ଆପଣା ଅଧିକାରକୁ ନିନ୍ଦିତ ହେବାକୁ ଦିଅ ନାହିଁ;‘ସେମାନଙ୍କର ପରମେଶ୍ୱର କାହାନ୍ତି,’ଏହା ସେମାନେ ନାନା ଗୋଷ୍ଠୀ ମଧ୍ୟରେ କାହିଁକି କହିବେ?” 18 ସେତେବେଳେ ସଦାପ୍ରଭୁ ଆପଣା ଦେଶ ପାଇଁ ଉଦ୍ଯୋଗୀ ହେଲେଓ ଆପଣା ଲୋକମାନଙ୍କ ପ୍ରତି ଦୟା କଲେ। 19 ପୁଣି, ସଦାପ୍ରଭୁ ଆପଣା ଲୋକମାନଙ୍କୁ ଉତ୍ତର ଦେଇ କହିଲେ,“ଦେଖ, ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଶସ୍ୟ,ଦ୍ରାକ୍ଷାରସ ଓ ତୈଳ ପଠାଇଦେବା,ଆଉ ତୁମ୍ଭେମାନେ ତହିଁରେ ତୃପ୍ତ ହେବ;ପୁଣି, ଆମ୍ଭେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେତୁମ୍ଭମାନଙ୍କୁ ଆଉ ନିନ୍ଦାର ପାତ୍ର କରିବା ନାହିଁ। 20 ମାତ୍ର ଆମ୍ଭେ ତୁମ୍ଭମାନଙ୍କ ନିକଟରୁଉତ୍ତର ଦେଶୀୟ ସୈନ୍ୟଦଳକୁ ଦୂର କରିବା,ପୁଣି ସେମାନଙ୍କୁ ଶୁଷ୍କ ଓ ଧ୍ୱଂସିତ ଦେଶକୁ ତଡ଼ିଦେଇସେମାନଙ୍କର ଅଗ୍ରଭାଗ ପୂର୍ବ ସମୁଦ୍ର ଆଡ଼େ,ଆଉ ସେମାନଙ୍କର ପଶ୍ଚାଦ୍ଭାଗ ପଶ୍ଚିମ ସମୁଦ୍ର ଆଡ଼େ ତଡ଼ିଦେବା;ତହିଁରେ ସେମାନଙ୍କର ଦୁର୍ଗନ୍ଧ ଉଠିବ ଓ କୁବାସ ନିର୍ଗତ ହେବ,କାରଣ ସେ ମହତ୍ କର୍ମମାନ କରିଅଛନ୍ତି। 21 ହେ ଦେଶ, ଭୟ କର ନାହିଁ,ଉଲ୍ଲସିତ ହୋଇ ଆନନ୍ଦ କର;କାରଣ ସଦାପ୍ରଭୁ ମହତ୍ କର୍ମମାନ କରିଅଛନ୍ତି। 22 ହେ କ୍ଷେତ୍ରସ୍ଥ ପଶୁଗଣ, ତୁମ୍ଭେମାନେ ଭୟ କର ନାହିଁ;କାରଣ ପ୍ରାନ୍ତରସ୍ଥ ଚରାଣି ସ୍ଥାନସବୁ ଅଙ୍କୁରିତ ହେଉଅଛି,ବୃକ୍ଷ ଫଳ ଫଳୁଅଛି, ଡିମ୍ବିରିବୃକ୍ଷ ଓ ଦ୍ରାକ୍ଷାଲତା ଆପଣା ଶକ୍ତି ପ୍ରକାଶ କରୁଅଛି। 23 ଏଥିପାଇଁ ହେ ସିୟୋନର ସନ୍ତାନଗଣ, ତୁମ୍ଭେମାନେ ଉଲ୍ଲସିତ ହୁଅଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଆନନ୍ଦ କର;କାରଣ ସେ ତୁମ୍ଭମାନଙ୍କୁ ଯଥା ପରିମାଣରେ ଆଦ୍ୟ ବୃଷ୍ଟି ଦିଅନ୍ତିଓ ସେ ତୁମ୍ଭମାନଙ୍କ ନିମନ୍ତେ ବୃଷ୍ଟି ବର୍ଷାନ୍ତି,ଆଦ୍ୟ ବୃଷ୍ଟି ଓ ଶେଷ ବୃଷ୍ଟି ପ୍ରଥମ ମାସରେ। 24 ପୁଣି, ତୁମ୍ଭମାନଙ୍କର ଖଳାସବୁ ଗହମରେ ପରିପୂର୍ଣ୍ଣ ହେବଓ କୁଣ୍ଡସବୁ ଦ୍ରାକ୍ଷାରସ ଓ ତୈଳରେ ଉଚ୍ଛୁଳି ପଡ଼ିବ। 25 ଆଉ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ଆପଣାର ଯେଉଁ ମହାସୈନ୍ୟଦଳ,ଅର୍ଥାତ୍ ପଙ୍ଗପାଳ, ପତଙ୍ଗ, ଘୁର୍ଘୁରିଆ ଓ ଶୂକ କୀଟ ପଠାଇଲୁ,ସେମାନେ ଯେଉଁ ବର୍ଷର ଶସ୍ୟାଦି ଖାଇଅଛନ୍ତି,ତାହା ଆମ୍ଭେ ତୁମ୍ଭମାନଙ୍କୁ ଫେରାଇ ଦେବା। 26 ତହିଁରେ ତୁମ୍ଭେମାନେ ପ୍ରଚୁର ରୂପେ ଭୋଜନ କରି ପରିତୃପ୍ତ ହେବଓ ଯେ ତୁମ୍ଭମାନଙ୍କ ପ୍ରତି ଆଶ୍ଚର୍ଯ୍ୟ ବ୍ୟବହାର କରିଅଛନ୍ତି,ତୁମ୍ଭେମାନେ ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନାମର ପ୍ରଶଂସା କରିବଓ ଆମ୍ଭର ଲୋକମାନେ କଦାପି ଲଜ୍ଜିତ ହେବେ ନାହିଁ। 27 ତହିଁରେ ଆମ୍ଭେ ଯେ ଇସ୍ରାଏଲର ମଧ୍ୟବର୍ତ୍ତୀ ଅଛୁଓ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ଓ ଅନ୍ୟ କେହି ନାହିଁ,ଏହା ତୁମ୍ଭେମାନେ ଜାଣିବ; ପୁଣି, ଆମ୍ଭର ଲୋକମାନେ କଦାପି ଲଜ୍ଜିତ ହେବେ ନାହିଁ। 28 ପୁଣି, ତହିଁ ଉତ୍ତାରେ ଆମ୍ଭେ ସମୁଦାୟ ପ୍ରାଣୀ ଉପରେ ଆପଣା ଆତ୍ମା ଢାଳିବା;ତହିଁରେ ତୁମ୍ଭମାନଙ୍କର ପୁତ୍ରଗଣ ଓ କନ୍ୟାଗଣ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବେ,ତୁମ୍ଭମାନଙ୍କର ବୃଦ୍ଧ ଲୋକମାନେ ସ୍ୱପ୍ନ ଦେଖିବେ,ତୁମ୍ଭମାନଙ୍କର ଯୁବା ଲୋକମାନେ ଦର୍ଶନ ପାଇବେ। 29 ଆଉ, ସେହି ସମୟରେ ମଧ୍ୟ ଆମ୍ଭେଦାସଦାସୀଗଣର ଉପରେ ଆପଣାର ଆତ୍ମା ଢାଳିବା। 30 ପୁଣି, ଆମ୍ଭେ ଆକାଶରେ ଓ ପୃଥିବୀରେରକ୍ତ, ଅଗ୍ନି ଓ ଧୂମସ୍ତମ୍ଭର ଅଦ୍ଭୁତ ଲକ୍ଷଣ ଦେଖାଇବା। 31 ସଦାପ୍ରଭୁଙ୍କର ମହତ୍ ଓ ଭୟଙ୍କର ଦିନର ଆଗମନର ପୂର୍ବେସୂର୍ଯ୍ୟ ଅନ୍ଧକାର ଓ ଚନ୍ଦ୍ର ରକ୍ତ ହୋଇଯିବ। 32 ପୁଣି, ଯେକେହି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବ, ସେ ଉଦ୍ଧାର ପାଇବ;କାରଣ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେସିୟୋନ ପର୍ବତରେ ଓ ଯିରୂଶାଲମରେ ରକ୍ଷାପ୍ରାପ୍ତ ଲୋକମାନେ ରହିବେ,ପୁଣି ଯେଉଁମାନଙ୍କୁ ସଦାପ୍ରଭୁ ଆହ୍ୱାନ କରିବେ,ସେମାନେ ଅବଶିଷ୍ଟାଂଶର ମଧ୍ୟରେ ରହିବେ।