Psalms 11 (IRVO)
undefined ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। 1 ମୁଁ ସଦାପ୍ରଭୁଙ୍କଠାରେ ଶରଣ ନିଏ;ତୁମ୍ଭେମାନେ କିପରି ମୋʼ ପ୍ରାଣକୁ କହୁଅଛ,“ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ?” 2 କାରଣ ଦେଖ! ଦୁଷ୍ଟମାନେ ସରଳଚିତ୍ତ ଲୋକକୁଅନ୍ଧକାରରେ ବିନ୍ଧିବା ପାଇଁ ଧନୁ ନୁଆଁନ୍ତି,ସେମାନେ ଗୁଣରେ ତୀରଯୁକ୍ତ କରନ୍ତି। 3 ଯଦି ଭିତ୍ତିମୂଳ ଉତ୍ପାଟିତ ହୁଏ,ତେବେ ଧାର୍ମିକ କʼଣ କରି ପାରିବ? 4 ସଦାପ୍ରଭୁ ଆପଣା ପବିତ୍ର ମନ୍ଦିରରେ ଅଛନ୍ତି,ସଦାପ୍ରଭୁଙ୍କର ସିଂହାସନ ସ୍ୱର୍ଗରେ,ତାହାଙ୍କ ଚକ୍ଷୁ ନିରୀକ୍ଷଣ କରେ, ତାହାଙ୍କ ଚକ୍ଷୁର ପତା ମନୁଷ୍ୟ ସନ୍ତାନମାନଙ୍କୁ ପରୀକ୍ଷା କରେ। 5 ସଦାପ୍ରଭୁ ଧାର୍ମିକର ପରୀକ୍ଷା କରନ୍ତି;ମାତ୍ର ଦୁଷ୍ଟ ଓ ଦୌରାତ୍ମ୍ୟପ୍ରିୟ ଲୋକକୁ ସେ ଘୃଣା କରନ୍ତି। 6 ସେ ଦୁଷ୍ଟମାନଙ୍କ ଉପରେ ଜାଲ ବର୍ଷାଇବେ;ଅଗ୍ନି, ଗନ୍ଧକ ଓ ଝାଞ୍ଜି ପବନ ସେମାନଙ୍କ ପାନପାତ୍ରର ଅଂଶ ହେବ। 7 କାରଣ ସଦାପ୍ରଭୁ ଧର୍ମମୟ; ସେ ଧାର୍ମିକତାକୁ ପ୍ରେମ କରନ୍ତି;ସରଳ ଲୋକ ତାହାଙ୍କ ମୁଖ ଦର୍ଶନ କରିବ।