Psalms 111 (IRVO)
1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।ସରଳ ଲୋକଙ୍କ ସଭାରେ ଓ ମଣ୍ଡଳୀ ମଧ୍ୟରେମୁଁ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି। 2 ସଦାପ୍ରଭୁଙ୍କ କାର୍ଯ୍ୟସକଳ ମହତ,ଯେଉଁମାନେ ତହିଁରେ ସନ୍ତୁଷ୍ଟ, ସେମାନେ ତାହାସବୁ ଅନୁସନ୍ଧାନ କରନ୍ତି। 3 ତାହାଙ୍କର କ୍ରିୟା, ସମ୍ଭ୍ରମ ଓ ଗୌରବ ସ୍ୱରୂପ;ଓ ତାହାଙ୍କର ଧର୍ମ ଅନନ୍ତକାଳସ୍ଥାୟୀ। 4 ସେ ଆପଣାର ଆଶ୍ଚର୍ଯ୍ୟକର୍ମସବୁ ସ୍ମରଣ କରାଇଅଛନ୍ତି;ସଦାପ୍ରଭୁ କୃପାମୟ ଓ ସ୍ନେହଶୀଳ। 5 ସେ ଆପଣା ଭୟକାରୀମାନଙ୍କୁ ଆହାର ଦେଇଅଛନ୍ତି;ସେ ସଦାକାଳ ଆପଣା ନିୟମ ସ୍ମରଣ କରିବେ। 6 ସେ ନିଜ ଲୋକମାନଙ୍କୁ ଅନ୍ୟ ଦେଶୀୟମାନଙ୍କଅଧିକାର ଦେଇ ଆପଣା କର୍ମର ପ୍ରଭାବ ସେମାନଙ୍କୁ ଦେଖାଇଅଛନ୍ତି। 7 ତାହାଙ୍କ ହସ୍ତର କର୍ମସକଳ ସତ୍ୟ ଓ ନ୍ୟାଯ୍ୟ,ତାହାଙ୍କ ବିଧିସକଳ ଅଟଳ। 8 ତାହାସବୁ ଅନନ୍ତକାଳ ନିମନ୍ତେ ସ୍ଥିରୀକୃତ;ତାହାସବୁ ସତ୍ୟତା ଓ ସରଳତାରେ ସାଧିତ। 9 ସେ ଆପଣା ଲୋକମାନଙ୍କ ନିକଟକୁ ମୁକ୍ତି ପଠାଇଅଛନ୍ତି;ସେ ଅନନ୍ତକାଳ ନିମନ୍ତେ ଆପଣା ନିୟମ ଆଜ୍ଞା କରିଅଛନ୍ତି;ତାହାଙ୍କ ନାମ ପବିତ୍ର ଓ ଆଦରଣୀୟ। 10 ସଦାପ୍ରଭୁ ବିଷୟକ ଭୟ ଜ୍ଞାନର ଆରମ୍ଭ;ଯେଉଁମାନେ ତଦନୁଯାୟୀ କର୍ମ କରନ୍ତି, ସେସମସ୍ତଙ୍କର ସୁବୁଦ୍ଧି ହୁଏ;ତାହାଙ୍କର ପ୍ରଶଂସା ସଦାକାଳସ୍ଥାୟୀ।