Psalms 112 (IRVO)
1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର,ଯେଉଁ ଜନ ସଦାପ୍ରଭୁଙ୍କୁ ଭୟ କରେ,ଯେ ତାହାଙ୍କ ଆଜ୍ଞାସବୁରେ ଅତିଶୟ ସନ୍ତୁଷ୍ଟ ହୁଏ, ସେ ଧନ୍ୟ। 2 ତାହାର ବଂଶ ପୃଥିବୀରେ ବିକ୍ରମଶାଳୀ ହେବେସରଳ ଲୋକର ବଂଶ ଆଶୀର୍ବାଦ ପ୍ରାପ୍ତ ହେବେ। 3 ତାହାର ଗୃହରେ ଧନସମ୍ପତ୍ତି ଥାଏଓ ତାହାର ଧର୍ମ ସଦାକାଳସ୍ଥାୟୀ 4 ସରଳ ଲୋକଙ୍କ ପ୍ରତି ଅନ୍ଧକାରରେ ଦୀପ୍ତି ଉଦିତ ହୁଏ;ସେ କୃପାମୟ ଓ ସ୍ନେହଶୀଳ ଓ ଧାର୍ମିକ। 5 ଯେଉଁ ଜନ କୃପା କରେ ଓ ଋଣ ଦିଏ, ତାହାର ମଙ୍ଗଳ ହୁଏ;ସେ ସୁବିଚାରରେ ଆପଣା କଥା ନିଷ୍ପନ୍ନ କରିବ। 6 କାରଣ ସେ କଦାପି ବିଚଳିତ ନୋହିବ;ଧାର୍ମିକ ଲୋକ ଅନନ୍ତକାଳ ସ୍ମରଣରେ ରହିବ। 7 ସେ କୁସମ୍ବାଦ ଶୁଣି ଭୀତ ହେବ ନାହିଁ।ତାହାର ଚିତ୍ତ ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସ୍ଥିର ଥାଏ। 8 ସେ ଆପଣା ବିପକ୍ଷଗଣ ଉପରେ ନିଜ ବାଞ୍ଛାର ସିଦ୍ଧି ଦେଖିବା ପର୍ଯ୍ୟନ୍ତ,ତାହାର ଚିତ୍ତ ସୁସ୍ଥିର ଥାଏ, ସେ ଭୀତ ହେବ ନାହିଁ। 9 ସେ ବିତରଣ କରିଅଛି, ସେ ଦୀନହୀନମାନଙ୍କୁ ଦାନ କରିଅଛି;ତାହାର ଧର୍ମ ସଦାକାଳସ୍ଥାୟୀ;ସମ୍ଭ୍ରମରେ ତାହାର ଶୃଙ୍ଗ ଉନ୍ନତ ହେବ। 10 ଦୁଷ୍ଟ ଲୋକ ତାହା ଦେଖିବ ଓ ବିରକ୍ତ ହେବ;ସେ ଆପଣା ଦନ୍ତ ଘର୍ଷଣ କରିବ ଓ ତରଳି ଯିବ;ଦୁଷ୍ଟମାନଙ୍କର ବାଞ୍ଛା ବିନଷ୍ଟ ହେବ।