Psalms 124 (IRVO)
undefined ଆରୋହଣ ଗୀତ; ଦାଉଦଙ୍କ ରଚିତ। 1 ସଦାପ୍ରଭୁ ଯଦି ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥାଆନ୍ତେ,ଇସ୍ରାଏଲ ଏବେ କହୁନ୍ତୁ; 2 ଲୋକମାନେ ଆମ୍ଭମାନଙ୍କ ପ୍ରତିକୂଳରେ ଉଠିଲା ବେଳେ,ସଦାପ୍ରଭୁ ଯଦି ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥାଆନ୍ତେ; 3 ତେବେ ଆମ୍ଭମାନଙ୍କ ବିରୁଦ୍ଧରେ ସେମାନଙ୍କ କୋପ ପ୍ରଜ୍ୱଳିତ ହେବା ବେଳେସେମାନେ ଆମ୍ଭମାନଙ୍କୁ ସଜୀବ ଗ୍ରାସ କରିଥାʼନ୍ତେ; 4 ତେବେ ଜଳରାଶି ଆମ୍ଭମାନଙ୍କୁ ମଗ୍ନ କରିଥାʼନ୍ତା,ସ୍ରୋତ ଆମ୍ଭମାନଙ୍କର ପ୍ରାଣ ଉପର ଦେଇ ଯାଇଥାʼନ୍ତା 5 ତେବେ ଗର୍ବିତ ଜଳରାଶି ଆମ୍ଭମାନଙ୍କ ପ୍ରାଣ ଉପର ଦେଇ ଯାଇଥାʼନ୍ତା। 6 ସଦାପ୍ରଭୁ ଧନ୍ୟ ହେଉନ୍ତୁ,ସେ ଆମ୍ଭମାନଙ୍କୁ ଭକ୍ଷ୍ୟ ସ୍ୱରୂପ ହେବା ପାଇଁ ସେମାନଙ୍କ ଦନ୍ତକୁ ଦେଇ ନାହାନ୍ତି। 7 ବ୍ୟାଧର ଫାନ୍ଦରୁ ପକ୍ଷୀ ପରି ଆମ୍ଭମାନଙ୍କ ପ୍ରାଣ ରକ୍ଷା ପାଇଅଛି;ଫାନ୍ଦ ଛିଣ୍ଡିଗଲା, ଆମ୍ଭେମାନେ ରକ୍ଷା ପାଇଲୁ। 8 ଆକାଶ ଓ ପୃଥିବୀର ନିର୍ମାଣକର୍ତ୍ତା ସଦାପ୍ରଭୁଙ୍କ ନାମରେଆମ୍ଭମାନଙ୍କର ସାହାଯ୍ୟ ଥାଏ।