Psalms 125 (IRVO)
undefined ଆରୋହଣ ଗୀତ। 1 ଯେଉଁମାନେ ସଦାପ୍ରଭୁଙ୍କଠାରେ ନିର୍ଭର ରଖନ୍ତି,ସେମାନେ ଅଟଳ ଓ ନିତ୍ୟସ୍ଥାୟୀ ସିୟୋନ ପର୍ବତ ତୁଲ୍ୟ। 2 ଯେପରି ଯିରୂଶାଲମର ଚତୁର୍ଦ୍ଦିଗରେ ପର୍ବତମାନ ଥାଏ,ସେପରି ଆଜିଠାରୁ ସଦାକାଳସଦାପ୍ରଭୁ ଆପଣା ଲୋକମାନଙ୍କର ଚତୁର୍ଦ୍ଦିଗରେ ଥାଆନ୍ତି। 3 କାରଣ ଧାର୍ମିକମାନେ ଯେପରି ଅଧର୍ମ ପ୍ରତି ହସ୍ତ ନ ବଢ଼ାଇବେ,ଏଥିପାଇଁ ଧାର୍ମିକମାନଙ୍କ ଅଧିକାରରେ ଦୁଷ୍ଟତାର ରାଜଦଣ୍ଡ ଅବସ୍ଥାନ କରିବ ନାହିଁ। 4 ହେ ସଦାପ୍ରଭୋ, ଯେଉଁମାନେ ମଙ୍ଗଳ-ସ୍ୱଭାବବିଶିଷ୍ଟଓ ଅନ୍ତଃକରଣରେ ସରଳ, ସେମାନଙ୍କର ମଙ୍ଗଳ କର। 5 ମାତ୍ର ଯେଉଁମାନେ ଆପଣା ଆପଣା ବକ୍ର ପଥରେ ବିପଥଗାମୀ ହୁଅନ୍ତି,ସେମାନଙ୍କୁ ସଦାପ୍ରଭୁ ଅଧର୍ମାଚାରୀମାନଙ୍କ ସଙ୍ଗେ କଢ଼ାଇ ନେବେ।ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।