Psalms 126 (IRVO)
undefined ଆରୋହଣ ଗୀତ। 1 ସଦାପ୍ରଭୁ ସିୟୋନର ଦାସତ୍ୱାବସ୍ଥା ପରିବର୍ତ୍ତନ କରିବା ବେଳେଆମ୍ଭେମାନେ ସ୍ୱପ୍ନଦର୍ଶକମାନଙ୍କ ପରି ଥିଲୁ। 2 ସେତେବେଳେ ଆମ୍ଭମାନଙ୍କ ମୁଖ ହାସ୍ୟରେଓ ଜିହ୍ୱା ଗାୟନରେ ପରିପୂର୍ଣ୍ଣ ହେଲା;ସେତେବେଳେ ଗୋଷ୍ଠୀବର୍ଗ ମଧ୍ୟରେ ଲୋକମାନେ କହିଲେ,“ସଦାପ୍ରଭୁ ଏମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି।” 3 ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି;ତହିଁ ସକାଶୁ ଆମ୍ଭେମାନେ ଆନନ୍ଦିତ ଅଛୁ। 4 ହେ ସଦାପ୍ରଭୋ, ଦକ୍ଷିଣ ଦିଗର ସ୍ରୋତ ପରିଆମ୍ଭମାନଙ୍କ ଦାସତ୍ୱାବସ୍ଥା ପରିବର୍ତ୍ତନ କର। 5 ଯେଉଁମାନେ କାନ୍ଦି କାନ୍ଦି ବିହନ ବୁଣନ୍ତି, ସେମାନେ ଆନନ୍ଦ କରୁ କରୁ ଶସ୍ୟ କାଟିବେ। 6 ଯଦ୍ୟପି ସେ ବିହନ ବହି କାନ୍ଦି କାନ୍ଦି ଆପଣା ପଥରେ ଯାଏ,ତଥାପି ସେ ବିଡ଼ା ଘେନି ଆନନ୍ଦ କରୁ କରୁ ନେଉଟି ଆସିବ।