Psalms 127 (IRVO)
undefined ଆରୋହଣ ଗୀତ; ଶଲୋମନଙ୍କ ରଚିତ। 1 ସଦାପ୍ରଭୁ ଯଦି ଗୃହ ନିର୍ମାଣ ନ କରନ୍ତି,ତେବେ ନିର୍ମାଣକାରୀମାନେ ବ୍ୟର୍ଥରେ ପରିଶ୍ରମ କରନ୍ତି;ଯଦି ସଦାପ୍ରଭୁ ନଗର ରକ୍ଷା ନ କରନ୍ତି,ତେବେ ପ୍ରହରୀ କେବଳ ବୃଥାରେ ଜାଗ୍ରତ ହୁଏ। 2 ତୁମ୍ଭେମାନେ ଯେ ପ୍ରଭାତରେ ଉଠଓ ଏତେ ବିଳମ୍ବରେ ବିଶ୍ରାମ କର,ଆଉ ଶାନ୍ତିର ଖାଦ୍ୟ ଭୋଜନ କର, ଏହା ତୁମ୍ଭମାନଙ୍କ ପକ୍ଷରେ ବୃଥା।କାରଣ ସେହି ପ୍ରକାରେ ସଦାପ୍ରଭୁ ଆପଣା ପ୍ରିୟତମକୁ ନିଦ୍ରା ଦିଅନ୍ତି। 3 ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଦତ୍ତ ଅଧିକାରଓ ଗର୍ଭଜାତ ଫଳ ତାହାଙ୍କ ଦତ୍ତ ପୁରସ୍କାର। 4 ଯୌବନର ସନ୍ତାନଗଣ ବୀର ପୁରୁଷର ହସ୍ତସ୍ଥିତ ତୀର ସଦୃଶ। 5 ଯାହାର ତୂଣ ତାଦୃଶ ତୀରରେ ପୂର୍ଣ୍ଣ, ସେ ଜନ ସୁଖୀ;ସେମାନେ ନଗର-ଦ୍ୱାରରେ ଶତ୍ରୁଗଣ ସଙ୍ଗେ କଥା କହିବା ବେଳେଲଜ୍ଜିତ ହେବେ ନାହିଁ।