Psalms 131 (IRVO)
undefined ଆରୋହଣ ଗୀତ; ଦାଉଦଙ୍କ ରଚିତ। 1 ହେ ସଦାପ୍ରଭୋ, ମୋʼ ଅନ୍ତଃକରଣ ଅହଙ୍କାରୀ ନୁହେଁ, ଅବା ମୋʼ ଦୃଷ୍ଟି ଗର୍ବୀ ନୁହେଁ;କିଅବା ମୁଁ ମହତ୍ ମହତ୍ ବ୍ୟାପାରରେ,ଅଥବା ମୋʼ ପ୍ରତି ବୋଧାତୀତ ଆଶ୍ଚର୍ଯ୍ୟ ବିଷୟମାନଙ୍କରେ ପ୍ରୟାସ କରୁ ନାହିଁ। 2 ନିଶ୍ଚୟ ମୁଁ ଆପଣା ପ୍ରାଣକୁ ଶାନ୍ତ ଓ କ୍ଷାନ୍ତ କରିଅଛି,ସ୍ତନ୍ୟତ୍ୟାଗୀ ଶିଶୁ ଆପଣା ମାତା ସଙ୍ଗେ ଥିବା ପରି;ମୋʼ ପ୍ରାଣ ମୋʼ ସଙ୍ଗରେ ସ୍ତନ୍ୟତ୍ୟାଗୀ ଶିଶୁ ପରି ଅଛି। 3 ହେ ଇସ୍ରାଏଲ, ଆଜିଠାରୁ ଅନନ୍ତକାଳସଦାପ୍ରଭୁଙ୍କଠାରେ ଭରସା ରଖ।