Psalms 141 (IRVO)
undefined ଦାଉଦଙ୍କର ଗୀତ। 1 ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି; ମୋʼ ପକ୍ଷରେ ସତ୍ୱର ହୁଅ;ମୁଁ ଡାକିବା ବେଳେ ମୋʼ ରବରେ କର୍ଣ୍ଣ ଦିଅ। 2 ସୁଗନ୍ଧି ଧୂପ ପରି ମୋʼ ପ୍ରାର୍ଥନା,ସନ୍ଧ୍ୟାକାଳୀନ ନୈବେଦ୍ୟ ପରି ମୋହର ହସ୍ତ ଉତ୍ତୋଳନ ତୁମ୍ଭ ଛାମୁରେ ଉପସ୍ଥିତ ହେଉ। 3 ହେ ସଦାପ୍ରଭୋ, ମୋʼ ମୁଖ ଆଗରେ ପ୍ରହରୀ ନିଯୁକ୍ତ କର;ମୋʼ ଓଷ୍ଠାଧରର କବାଟ ରକ୍ଷା କର। 4 ଅଧର୍ମାଚାରୀ ଲୋକମାନଙ୍କ ସଙ୍ଗେ ଦୁଷ୍ଟ କ୍ରିୟାରେନିଯୁକ୍ତ ହେବା ପାଇଁ କୌଣସି ମନ୍ଦ ବିଷୟରେ ମୋʼ ଚିତ୍ତକୁ ପ୍ରବର୍ତ୍ତାଅ ନାହିଁଓ ସେମାନଙ୍କ ସୁସ୍ୱାଦୁ ଭକ୍ଷ୍ୟ ଭୋଜନ କରିବାକୁ ମୋତେ ଦିଅ ନାହିଁ। 5 ଧାର୍ମିକ ଲୋକ ମୋତେ ପ୍ରହାର କରୁ, ତାହା ମୋʼ ପ୍ରତି ଦୟା ହେବଓ ସେ ମୋତେ ଅନୁଯୋଗ କରୁ, ତାହା ମସ୍ତକରେ ତୈଳ ସ୍ୱରୂପ ହେବ;ମୋʼ ମସ୍ତକ ତାହା ଅଗ୍ରାହ୍ୟ ନ କରୁ;ସେମାନଙ୍କର ନାନା ଦୁଷ୍ଟତା ସମୟରେ ମୋହର ପ୍ରାର୍ଥନା ଚଳୁଥିବ। 6 ସେମାନଙ୍କ ବିଚାରକର୍ତ୍ତାମାନେ ଶୈଳ ପାର୍ଶ୍ୱରେ ନିକ୍ଷିପ୍ତ ହୋଇଅଛନ୍ତି;ମୋହର ବାକ୍ୟ ମଧୁର, ଏଣୁ ସେମାନେ ତାହା ଶୁଣିବେ। 7 କେହି ଭୂମି ଚାଷ ଓ ବିଦୀର୍ଣ୍ଣ କରିବା ବେଳେ ଯେପରି,ସେପରି କବର ମୁଖରେ ଆମ୍ଭମାନଙ୍କ ଅସ୍ଥିସବୁ ଛିନ୍ନଭିନ୍ନ ହୋଇଅଛି। 8 କାରଣ ହେ ପ୍ରଭୋ ସଦାପ୍ରଭୋ, ମୋʼ ଦୃଷ୍ଟି ତୁମ୍ଭଆଡ଼େ ଅଛି;ମୁଁ ତୁମ୍ଭଠାରେ ଭରସା ରଖିଅଛି; ମୋʼ ପ୍ରାଣକୁ ଅନାଥ କରି ତ୍ୟାଗ କର ନାହିଁ। 9 ମୋʼ ନିମନ୍ତେ ସେମାନଙ୍କ ପାତିତ ଫାନ୍ଦରୁଓ ଅଧର୍ମାଚାରୀମାନଙ୍କ ଯନ୍ତାରୁ ମୋତେ ରକ୍ଷା କର। 10 ଦୁଷ୍ଟମାନେ ନିଜ ନିଜ ଜାଲରେ ପଡ଼ନ୍ତୁ,ସେହି ଅବସରରେ ମୁଁ ରକ୍ଷା ପାଏ।