Psalms 143 (IRVO)
undefined ଦାଉଦଙ୍କର ଗୀତ। 1 ହେ ସଦାପ୍ରଭୋ, ମୋହର ପ୍ରାର୍ଥନା ଶୁଣ; ମୋʼ ନିବେଦନରେ କର୍ଣ୍ଣପାତ କର;ତୁମ୍ଭର ବିଶ୍ୱସ୍ତତା ଓ ଧର୍ମରେ ମୋତେ ଉତ୍ତର ଦିଅ। 2 ନିଜ ଦାସକୁ ବିଚାରରେ ଆଣ ନାହିଁ;କାରଣ ତୁମ୍ଭ ଦୃଷ୍ଟିରେ କୌଣସି ଜୀବିତ ମନୁଷ୍ୟ ଧାର୍ମିକ ହୋଇ ପାରିବ ନାହିଁ। 3 ଶତ୍ରୁ ମୋʼ ପ୍ରାଣକୁ ତାଡ଼ନା କରିଅଛି;ସେ ମୋʼ ଜୀବନକୁ ଭୂମିରେ ଚୂର୍ଣ୍ଣ କରିଅଛି;ସେ ବହୁ କାଳରୁ ମୃତ ଲୋକମାନଙ୍କ ତୁଲ୍ୟ ମୋତେ ଅନ୍ଧକାର ସ୍ଥାନରେ ବାସ କରାଇଅଛି। 4 ଏହେତୁ ମୋହର ଆତ୍ମା ମୋʼ ଅନ୍ତରରେ ଉଦ୍ବିଗ୍ନ ହୋଇଅଛି;ମୋʼ ଅନ୍ତରରେ ମୋହର ଚିତ୍ତ ଶୂନ୍ୟ ହୋଇଅଛି। 5 ମୁଁ ପୂର୍ବକାଳର ଦିନସବୁ ସ୍ମରଣ କରୁଅଛି;ମୁଁ ତୁମ୍ଭର କର୍ମସବୁ ଧ୍ୟାନ କରୁଅଛି;ମୁଁ ତୁମ୍ଭର ହସ୍ତକୃତ କର୍ମ ଚିନ୍ତା କରୁଅଛି। 6 ମୁଁ ତୁମ୍ଭଆଡ଼େ ହସ୍ତ ପ୍ରସାରୁଅଛି;ଶୁଷ୍କ ଭୂମି ତୁଲ୍ୟ ମୋʼ ପ୍ରାଣ ତୁମ୍ଭ ପାଇଁ ତୃଷିତ ହେଉଅଛି। [ସେଲା] 7 ହେ ସଦାପ୍ରଭୋ, ମୋତେ ଉତ୍ତର ଦେବାକୁ ସତ୍ୱର ହୁଅ; ମୋହର ଆତ୍ମା କ୍ଷୀଣ ହେଉଅଛି;ମୋʼ ଠାରୁ ଆପଣା ମୁଖ ଲୁଚାଅ ନାହିଁ;କେଜାଣି ମୁଁ ଗର୍ତ୍ତଗାମୀମାନଙ୍କ ତୁଲ୍ୟ ହେବି। 8 ପ୍ରଭାତରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର କଥା ମୋତେ ଶୁଣାଅ;କାରଣ ମୁଁ ତୁମ୍ଭଠାରେ ଭରସା ରଖେ;ମୋହର ଗନ୍ତବ୍ୟ ପଥ ମୋତେ ଜଣାଅ;କାରଣ ମୁଁ ତୁମ୍ଭଆଡ଼େ ଆପଣା ପ୍ରାଣ ଉଠାଏ। 9 ହେ ସଦାପ୍ରଭୋ, ମୋʼ ଶତ୍ରୁଗଣଠାରୁ ମୋତେ ଉଦ୍ଧାର କର;ମୁଁ ଲୁଚିବା ପାଇଁ ତୁମ୍ଭ ନିକଟକୁ ପଳାଏ। 10 ତୁମ୍ଭର ଇଷ୍ଟ ସାଧନ କରିବାକୁ ମୋତେ ଶିକ୍ଷା ଦିଅ;କାରଣ ତୁମ୍ଭେ ମୋହର ପରମେଶ୍ୱର;ତୁମ୍ଭର ଆତ୍ମା ମଙ୍ଗଳମୟ; ମୋତେ ସରଳ ଭୂମିରେ ଗମନ କରାଅ। 11 ହେ ସଦାପ୍ରଭୋ, ତୁମ୍ଭ ନାମ ସକାଶୁ ମୋତେ ସଜୀବ କର;ତୁମ୍ଭ ଧର୍ମରେ ମୋʼ ପ୍ରାଣକୁ ସଙ୍କଟରୁ ବାହାର କରି ଆଣ। 12 ପୁଣି, ତୁମ୍ଭ ସ୍ନେହପୂର୍ଣ୍ଣ କରୁଣାରେ ମୋʼ ଶତ୍ରୁମାନଙ୍କୁ ଉଚ୍ଛିନ୍ନ କରଓ ମୋʼ ପ୍ରାଣର କ୍ଳେଶଦାୟୀ ସମସ୍ତଙ୍କୁ ନାଶ କର;କାରଣ ମୁଁ ତୁମ୍ଭର ଦାସ।