Psalms 15 (IRVO)
undefined ଦାଉଦଙ୍କର ଗୀତ। 1 ହେ ସଦାପ୍ରଭୋ, ତୁମ୍ଭ ଆବାସରେ କିଏ ପ୍ରବାସ କରି ପାରିବ?ତୁମ୍ଭ ପବିତ୍ର ପର୍ବତରେ କିଏ ବାସ କରି ପାରିବ? 2 ଯେଉଁ ଜନ ସରଳାଚରଣ, ଧର୍ମକର୍ମ କରେ ଓ ଆପଣାଅନ୍ତଃକରଣରେ ସତ୍ୟ କହେ। 3 ଯେ ଆପଣା ଜିହ୍ୱାରେ ଗ୍ଳାନି କରେ ନାହିଁ,ଅବା ଆପଣା ମିତ୍ରର ଅନିଷ୍ଟ କରେ ନାହିଁ,କିଅବା ଆପଣା ପ୍ରତିବାସୀ ବିରୁଦ୍ଧରେ ନିନ୍ଦା ପ୍ରକଟ କରେ ନାହିଁ। 4 ଯାହାର ଦୃଷ୍ଟିରେ ପାମର ତୁଚ୍ଛୀକୃତ ହୁଏ;ମାତ୍ର ଯେ ସଦାପ୍ରଭୁଙ୍କ ଭୟକାରୀମାନଙ୍କୁ ସମାଦର କରେ।ଯେ ଶପଥ କରି ଆପଣାର କ୍ଷତି ହେଲେ ହେଁ ତାହା ଅନ୍ୟଥା କରେ ନାହିଁ। 5 ଯେ ସୁଧ ପାଇଁ ଟଙ୍କା ଋଣ ଦିଏ ନାହିଁ,କିଅବା ନିର୍ଦ୍ଦୋଷ ବିରୁଦ୍ଧରେ ଲାଞ୍ଚ ନିଏ ନାହିଁ।ଯେ ଏହି ସକଳ କର୍ମ କରେ, ସେ କେବେ ଘୁଞ୍ଚା ଯିବ ନାହିଁ।