Psalms 150 (IRVO)
1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।ପରମେଶ୍ୱରଙ୍କ ପବିତ୍ର ସ୍ଥାନରେ ତାହାଙ୍କର ପ୍ରଶଂସା କର;ତାହାଙ୍କ ପରାକ୍ରମରୁ ଉତ୍ପନ୍ନ ଶୂନ୍ୟମଣ୍ଡଳରେ ତାହାଙ୍କର ପ୍ରଶଂସା କର; 2 ତାହାଙ୍କ ବିକ୍ରମୀ କାର୍ଯ୍ୟ ସକାଶୁ ତାହାଙ୍କର ପ୍ରଶଂସା କର।ତାହାଙ୍କ ଶ୍ରେଷ୍ଠ ମହତ୍ତ୍ୱାନୁସାରେ ତାହାଙ୍କର ପ୍ରଶଂସା କର। 3 ତୂରୀଧ୍ୱନିରେ ତାହାଙ୍କର ପ୍ରଶଂସା କର;ନେବଲ ଓ ବୀଣା ଯନ୍ତ୍ରରେ ତାହାଙ୍କର ପ୍ରଶଂସା କର। 4 ଦାରାବାଦ୍ୟ ଓ ନୃତ୍ୟ ଦ୍ୱାରା ତାହାଙ୍କର ପ୍ରଶଂସା କର।ତାରଯୁକ୍ତ ଯନ୍ତ୍ର ଓ ବଂଶୀରେ ତାହାଙ୍କର ପ୍ରଶଂସା କର। 5 ଉଚ୍ଚ କରତାଳରେ ତାହାଙ୍କର ପ୍ରଶଂସା କର;ଉଚ୍ଚ କରତାଳ ଧ୍ୱନିରେ ତାହାଙ୍କର ପ୍ରଶଂସା କର; 6 ନିଃଶ୍ୱାସପ୍ରଶ୍ୱାସଧାରୀ ପ୍ରତ୍ୟେକ ପ୍ରାଣୀ ସଦାପ୍ରଭୁଙ୍କର ପ୍ରଶଂସା କରୁ।ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।