Psalms 32 (IRVO)
undefined ଦାଉଦଙ୍କ ଗୀତ। 1 ଯାହାର ଅପରାଧ କ୍ଷମା,ଯାହାର ପାପ ଆଚ୍ଛାଦିତ ହୋଇଅଛି, ସେ ଧନ୍ୟ। 2 ସଦାପ୍ରଭୁ ଯାହା ପ୍ରତି ଅଧର୍ମର ଆରୋପ ନ କରନ୍ତିଓ ଯାହାର ଆତ୍ମାରେ ପ୍ରବଞ୍ଚନା ନାହିଁ, ସେ ଧନ୍ୟ। 3 ମୁଁ ମୌନ ହୋଇଥିବା ବେଳେ ଦିନସାରା ଆର୍ତ୍ତନାଦକରିବା ଦ୍ୱାରା ମୋହର ଅସ୍ଥିସବୁ କ୍ଷୟ ପାଇଲା। 4 କାରଣ ଦିବାରାତ୍ର ତୁମ୍ଭ ହସ୍ତ ମୋʼ ଉପରେ ଭାରୀ ଥିଲା;ମୋହର ଶକ୍ତି ଗ୍ରୀଷ୍ମକାଳୀନରେ ଭୂମି ଯେପରି ଶୁଷ୍କ ହୁଏ ସେହିପରି ଶୁଷ୍କ ହେଲା। [ସେଲା] 5 ମୁଁ ତୁମ୍ଭ ନିକଟରେ ଆପଣା ପାପ ସ୍ୱୀକାର କଲିଓ ଆପଣା ଅଧର୍ମ ଲୁଚାଇଲି ନାହିଁ;ମୁଁ କହିଲି, “ମୁଁ ସଦାପ୍ରଭୁଙ୍କ ନିକଟରେ ଆପଣା ଅପରାଧ ସ୍ୱୀକାର କରିବି,”ତହିଁରେ ତୁମ୍ଭେ ମୋହର ପାପଘଟିତ ଅଧର୍ମ କ୍ଷମା କଲ। [ସେଲା] 6 ଏଥିପାଇଁ ତୁମ୍ଭର ଉଦ୍ଦେଶ୍ୟ ପାଇ ପାରିବା ସମୟରେ ପ୍ରତ୍ୟେକ ସଦ୍ଭକ୍ତ ଲୋକ ତୁମ୍ଭ ନିକଟରେ ପ୍ରାର୍ଥନା କରୁ;ନିଶ୍ଚୟ ମହାଜଳରାଶି ଉଚ୍ଛୁଳିବା ସମୟରେ ତାହା ତାହା ନିକଟକୁ ଆସିବ ନାହିଁ। 7 ତୁମ୍ଭେ ମୋହର ଲୁଚିବା ସ୍ଥାନ; ତୁମ୍ଭେ ସଙ୍କଟରୁ ମୋତେ ରକ୍ଷା କରିବ;ତୁମ୍ଭେ ରକ୍ଷାର୍ଥକ ଗାୟନରେ ମୋହର ଚତୁର୍ଦ୍ଦିଗ ବେଷ୍ଟନ କରିବ। [ସେଲା] 8 ମୁଁ ତୁମ୍ଭକୁ ଉପଦେଶ ଦେବି ଓ ତୁମ୍ଭର ଗନ୍ତବ୍ୟ ମାର୍ଗ ଶିଖାଇବି;ମୁଁ ତୁମ୍ଭ ଉପରେ ଆପଣା ଦୃଷ୍ଟି ରଖି ତୁମ୍ଭକୁ ମନ୍ତ୍ରଣା ଦେବି। 9 ତୁମ୍ଭେମାନେ ବୁଦ୍ଧିହୀନ ଅଶ୍ୱ କି ଖଚର ପରି ହୁଅ ନାହିଁ;ସେମାନଙ୍କୁ ଦମନ କରିବା ପାଇଁ ବାଗ ଓ ଲଗାମ ଦେବାର ଆବଶ୍ୟକ,ନୋହିଲେ ସେମାନେ ତୁମ୍ଭ କତିକି ଆସିବେ ନାହିଁ। 10 ଦୁଷ୍ଟକୁ ଅନେକ ଦୁଃଖ ଘଟିବ;ମାତ୍ର ଯେଉଁ ଜନ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ, ତାହାର ଚତୁର୍ଦ୍ଦିଗରେ ଦୟା ବେଷ୍ଟନ କରିବ। 11 ହେ ଧାର୍ମିକଗଣ, ସଦାପ୍ରଭୁଙ୍କଠାରେ ଆନନ୍ଦ କର ଓ ଉଲ୍ଲସିତ ହୁଅ;ହେ ସରଳାନ୍ତଃକରଣ ସମସ୍ତେ, ତୁମ୍ଭେମାନେ ଆନନ୍ଦଧ୍ୱନି କର।