Psalms 36 (IRVO)
undefined ପ୍ରଧାନ ବାଦ୍ୟକର ନିମନ୍ତେ ସଦାପ୍ରଭୁଙ୍କ ଦାସ ଦାଉଦଙ୍କର ଗୀତ। 1 ଦୁଷ୍ଟର ଅପରାଧ ମୋʼ ହୃଦୟ ମଧ୍ୟରେ କହେ,ପରମେଶ୍ୱର ବିଷୟକ ଭୟ ତାହାର ଚକ୍ଷୁର ଅଗୋଚର। 2 କାରଣ ତାହାର ଅଧର୍ମ ପ୍ରକାଶିତ ଓ ଘୃଣିତ ହେବନାହିଁ ବୋଲି ସେ ଆପଣା ଦୃଷ୍ଟିରେ ଆପଣାକୁ ଭୁଲାଏ। 3 ତାହାର ମୁଖର ବାକ୍ୟ ଅଧର୍ମ ଓ ପ୍ରବଞ୍ଚନା ମାତ୍ର;ସେ ସୁବିବେଚନା ଓ ସୁକର୍ମ ତ୍ୟାଗ କରିଅଛି। 4 ସେ ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରେ;ସେ ଅମଙ୍ଗଳ ମାର୍ଗରେ ଆପଣାକୁ ପ୍ରବର୍ତ୍ତାଏ;ସେ ମନ୍ଦତା ଘୃଣା କରେ ନାହିଁ। 5 ହେ ସଦାପ୍ରଭୋ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ସ୍ୱର୍ଗରେ ଥାଏ;ତୁମ୍ଭର ବିଶ୍ୱସ୍ତତା ଗଗନସ୍ପର୍ଶୀ। 6 ତୁମ୍ଭର ଧର୍ମ ପରମେଶ୍ୱରଙ୍କ ପର୍ବତଗଣ ତୁଲ୍ୟ;ତୁମ୍ଭର ଶାସନସବୁ ମହାବାରିଧି ସ୍ୱରୂପ;ହେ ସଦାପ୍ରଭୋ, ତୁମ୍ଭେ ମନୁଷ୍ୟ ଓ ପଶୁକୁ ରକ୍ଷା କରୁଅଛ। 7 ହେ ପରମେଶ୍ୱର, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା କିପରି ବହୁମୂଲ୍ୟ!ପୁଣି, ମନୁଷ୍ୟ-ସନ୍ତାନଗଣ ତୁମ୍ଭ ପକ୍ଷଛାୟା ତଳେ ଆଶ୍ରୟ ନିଅନ୍ତି। 8 ସେମାନେ ତୁମ୍ଭ ଗୃହର ପୁଷ୍ଟିକର ଦ୍ରବ୍ୟରେ ବହୁଳ ରୂପେ ପରିତୃପ୍ତ ହେବେ;ପୁଣି, ତୁମ୍ଭେ ସେମାନଙ୍କୁ ଆପଣା ଆନନ୍ଦ-ନଦୀର ଜଳ ପାନ କରାଇବ। 9 କାରଣ ତୁମ୍ଭଠାରେ ଜୀବନର ନିର୍ଝର ଅଛି;ତୁମ୍ଭ ଦୀପ୍ତିରେ ଆମ୍ଭେମାନେ ଦୀପ୍ତି ଦେଖିବା। 10 ଆହେ, ତୁମ୍ଭଙ୍କୁ ଜାଣିବା ଲୋକମାନଙ୍କ ପ୍ରତି ଆପଣା ସ୍ନେହପୂର୍ଣ୍ଣ କରୁଣାଓ ସରଳାନ୍ତଃକରଣ ଲୋକମାନଙ୍କ ପ୍ରତି ଆପଣା ଧାର୍ମିକତା ଚିରସ୍ଥାୟୀ କର। 11 ଅହଙ୍କାରୀର ଚରଣ ମୋʼ ବିରୁଦ୍ଧରେ ନ ଆସୁଓ ଦୁଷ୍ଟର ହସ୍ତ ମୋତେ ଘଉଡ଼ାଇ ନ ଦେଉ। 12 ହେଇ, ଅଧର୍ମାଚାରୀମାନେ ପତିତ ହେଲେ;ସେମାନେ ଅଧଃପତିତ ହେଲେ, ଆଉ ଉଠିବାକୁ ସମର୍ଥ ହେବେ ନାହିଁ।