Psalms 43 (IRVO)
1 ହେ ପରମେଶ୍ୱର, ମୋହର ବିଚାର କରଓ ଅଧାର୍ମିକ ଗୋଷ୍ଠୀ ବିରୁଦ୍ଧରେ ମୋହର ଗୁହାରି ନିଷ୍ପତ୍ତି କର;ପ୍ରବଞ୍ଚକ ଓ ଅନ୍ୟାୟକାରୀ ମନୁଷ୍ୟଠାରୁ ମୋତେ ଉଦ୍ଧାର କର। 2 କାରଣ ତୁମ୍ଭେ ହିଁ ମୋହର ବଳଦାତା ପରମେଶ୍ୱର ଅଟ;ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରିଅଛ?ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ସକାଶୁ ଶୋକ କରି ବୁଲୁଅଛି? 3 ତୁମ୍ଭର ଦୀପ୍ତି ଓ ତୁମ୍ଭର ସତ୍ୟତା ପଠାଅ;ତାହା ମୋହର ପଥଦର୍ଶକ ହେଉ;ତାହା ତୁମ୍ଭ ପବିତ୍ର ପର୍ବତରେଓ ତୁମ୍ଭ ଆବାସରେ ମୋତେ ପ୍ରବେଶ କରାଉ। 4 ତହିଁରେ ମୁଁ ପରମେଶ୍ୱରଙ୍କ ବେଦି ନିକଟକୁ ଓ ମୋହରପରମାନନ୍ଦଜନକ ପରମେଶ୍ୱରଙ୍କ ନିକଟକୁ ଯିବି;ଆଉ, ହେ ପରମେଶ୍ୱର, ମୋହର ପରମେଶ୍ୱର, ମୁଁବୀଣା ଯନ୍ତ୍ରରେ ତୁମ୍ଭର ପ୍ରଶଂସା କରିବି। 5 ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ?ଓ ତୁମ୍ଭେ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛ?ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାରତାହାଙ୍କର ପ୍ରଶଂସା କରିବି,ସେ ମୋʼ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ୱର ଅଟନ୍ତି।