Psalms 47 (IRVO)
undefined ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ। 1 ହେ ସର୍ବଗୋଷ୍ଠୀୟମାନେ, କରତାଳି ଦିଅ;ଆନନ୍ଦ-ସ୍ୱରରେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର। 2 କାରଣ ସର୍ବୋପରିସ୍ଥ ସଦାପ୍ରଭୁ ଭୟଙ୍କର ଅଟନ୍ତି;ସେ ସମୁଦାୟ ପୃଥିବୀ ଉପରେ ମହାନ ରାଜା। 3 ସେ ଗୋଷ୍ଠୀସମୂହକୁ ଆମ୍ଭମାନଙ୍କର ବଶୀଭୂତକରିବେ ଓ ଦେଶୀୟଗଣକୁ ଆମ୍ଭମାନଙ୍କର ପଦତଳସ୍ଥ କରିବେ। 4 ସେ ଆମ୍ଭମାନଙ୍କ ନିମନ୍ତେ ଆମ୍ଭମାନଙ୍କ ଅଧିକାର ମନୋନୀତ କରିବେ,ତାହା ହିଁ ତାହାଙ୍କ ପ୍ରିୟପାତ୍ର ଯାକୁବର ଗୌରବ ସ୍ୱରୂପ। [ସେଲା] 5 ପରମେଶ୍ୱର ଜୟଧ୍ୱନିରେ, ସଦାପ୍ରଭୁ ତୂରୀଧ୍ୱନିରେଊର୍ଦ୍ଧ୍ୱକୁ ବିଜେ କରିଅଛନ୍ତି। 6 ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର,ପ୍ରଶଂସା ଗାନ କର;ଆମ୍ଭମାନଙ୍କ ରାଜାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର,ପ୍ରଶଂସା ଗାନ କର। 7 କାରଣ ପରମେଶ୍ୱର ସମୁଦାୟ ପୃଥିବୀର ରାଜା ଅଟନ୍ତି;ତୁମ୍ଭେମାନେ ପ୍ରବୋଧଜନକ ପ୍ରଶଂସା ଗାନ କର। 8 ପରମେଶ୍ୱର ଗୋଷ୍ଠୀବର୍ଗ ଉପରେ ରାଜତ୍ୱ କରନ୍ତି;ପରମେଶ୍ୱର ଆପଣା ପବିତ୍ର ସିଂହାସନରେ ଉପବିଷ୍ଟ। 9 ଅବ୍ରହାମର ପରମେଶ୍ୱରଙ୍କ ଲୋକ ହେବା ନିମନ୍ତେଗୋଷ୍ଠୀୟମାନଙ୍କର ଅଧିପତିଗଣ ଏକତ୍ରିତ ହୋଇଅଛନ୍ତି।କାରଣ ପୃଥିବୀର ଢାଲସବୁ ପରମେଶ୍ୱରଙ୍କର; ସେଅତିଶୟ ଉନ୍ନତ ଅଟନ୍ତି।