Psalms 54 (IRVO)
undefined ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ମସ୍କୀଲ୍। “ଦାଉଦ କʼଣ ଆମ୍ଭମାନଙ୍କ ମଧ୍ୟରେ ଲୁଚିକରି ନାହିଁ?” ସୀଫୀୟମାନେ ଶାଉଲଙ୍କୁ ଏହି କଥା କହିବା ସମୟରେ ରଚିତ। 1 ହେ ପରମେଶ୍ୱର, ତୁମ୍ଭ ନାମ ଦ୍ୱାରା ମୋତେ ପରିତ୍ରାଣକର ଓ ତୁମ୍ଭ ପରାକ୍ରମରେ ମୋହର ବିଚାର କର। 2 ହେ ପରମେଶ୍ୱର, ମୋହର ପ୍ରାର୍ଥନା ଶୁଣ; ମୋʼମୁଖର କଥାରେ କର୍ଣ୍ଣପାତ କର। 3 କାରଣ ଅପରିଚିତ ଲୋକମାନେ ମୋʼ ବିରୁଦ୍ଧରେ ଉଠିଅଛନ୍ତି,ପୁଣି, ଦୁରନ୍ତ ଲୋକମାନେ ମୋʼ ପ୍ରାଣ ଖୋଜି ଅଛନ୍ତି।ସେମାନେ ପରମେଶ୍ୱରଙ୍କୁ ଆପଣା ସମ୍ମୁଖରେ ରଖି ନାହାନ୍ତି। [ସେଲା] 4 ଦେଖ, ପରମେଶ୍ୱର ମୋହର ସାହାଯ୍ୟକାରୀ;ପ୍ରଭୁ ମୋʼ ପ୍ରାଣରକ୍ଷକ ଅଟନ୍ତି। 5 ସେ ମୋʼ ଶତ୍ରୁମାନଙ୍କ ପ୍ରତି ମନ୍ଦତାର ଫଳ ଦେବେ;ତୁମ୍ଭେ ଆପଣା ସତ୍ୟତାରେ ସେମାନଙ୍କୁ ବିନାଶ କର। 6 ମୁଁ ସ୍ୱେଚ୍ଛାଦତ୍ତ ଉପହାର ନେଇ ତୁମ୍ଭ ଉଦ୍ଦେଶ୍ୟରେ ବଳିଦାନ କରିବି;ହେ ସଦାପ୍ରଭୋ, ମୁଁ ତୁମ୍ଭ ନାମର ଧନ୍ୟବାଦ କରିବି,କାରଣ ତାହା ଉତ୍ତମ। 7 ଯେହେତୁ ସେ ମୋତେ ସମସ୍ତ ବିପଦରୁ ଉଦ୍ଧାର କରିଅଛନ୍ତି;ଆଉ, ମୋʼ ଶତ୍ରୁଗଣ ଉପରେ ମୋର ବାଞ୍ଛା ସଫଳ ହେବାର ମୋହର ଚକ୍ଷୁ ଦେଖିଅଛି।