Psalms 63 (IRVO)
undefined ଦାଉଦଙ୍କର ଗୀତ, ସେ ଯିହୁଦା-ପ୍ରାନ୍ତରରେ ଥିବା ବେଳେ ରଚିତ। 1 ହେ ପରମେଶ୍ୱର, ତୁମ୍ଭେ ମୋହର ପରମେଶ୍ୱର;ବ୍ୟାକୁଳରେ ମୁଁ ତୁମ୍ଭର ଅନ୍ୱେଷଣ କରିବି;ଜଳଶୂନ୍ୟ ଶୁଷ୍କ ଓ ଶ୍ରାନ୍ତିକର ଦେଶରେ ମୋʼ ପ୍ରାଣ ତୁମ୍ଭ ନିମନ୍ତେ ତୃଷିତ ହୁଏଓ ମୋʼ ଶରୀର ତୁମ୍ଭ ପାଇଁ ଲାଳସା କରେ। 2 ତେଣୁ ତୁମ୍ଭ ପରାକ୍ରମ ଓ ଗୌରବ ଦେଖିବା ପାଇଁମୁଁ ପବିତ୍ର ସ୍ଥାନରେ ତୁମ୍ଭ ପ୍ରତି ଚାହିଁ ରହିଅଛି। 3 କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଜୀବନ ଅପେକ୍ଷା ଉତ୍ତମ;ମୋହର ଓଷ୍ଠାଧର ତୁମ୍ଭର ପ୍ରଶଂସା କରିବ। 4 ଏହିରୂପେ ମୁଁ ଯାବଜ୍ଜୀବନ ତୁମ୍ଭର ଧନ୍ୟବାଦ କରିବି;ମୁଁ ତୁମ୍ଭ ନାମରେ ଆପଣା ହସ୍ତ ଉଠାଇବି; 5 ଯେପରି ମେଦ ଓ ମଜ୍ଜାରେ, ସେପରି ମୋହର ପ୍ରାଣ ପରିତୃପ୍ତ ହେବଓ ମୋʼ ମୁଖ ଆନନ୍ଦିତ ଓଷ୍ଠାଧରରେ ତୁମ୍ଭର ପ୍ରଶଂସା କରିବ। 6 ମୁଁ ଶଯ୍ୟା ଉପରେ ତୁମ୍ଭଙ୍କୁ ସ୍ମରଣ କରିବା ବେଳେରାତ୍ରିର ପ୍ରହରକୁ ପ୍ରହର ତୁମ୍ଭ ବିଷୟ ଧ୍ୟାନ କରେ। 7 କାରଣ ତୁମ୍ଭେ ମୋହର ସହାୟ ହୋଇଅଛ,ଆଉ ତୁମ୍ଭ ପକ୍ଷର ଛାୟାରେ ମୁଁ ଉଲ୍ଲାସ କରିବି। 8 ମୋହର ପ୍ରାଣ ତୁମ୍ଭ ପଛେ ପଛେ ଲାଗିଥାଏ;ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରି ରଖେ। 9 ମାତ୍ର ଯେଉଁମାନେ ମୋʼ ପ୍ରାଣନାଶର ଚେଷ୍ଟା କରନ୍ତି,ସେମାନେ ପୃଥିବୀର ଅଧଃସ୍ଥାନକୁ ଯିବେ। 10 ସେମାନେ ଖଡ୍ଗର ପରାକ୍ରମରେ ସମର୍ପିତ ହେବେ;ସେମାନେ ଶୃଗାଳର ଖାଦ୍ୟ ହେବେ। 11 ମାତ୍ର ରାଜା ପରମେଶ୍ୱରଙ୍କଠାରେ ଆନନ୍ଦ କରିବେ;ତାହାଙ୍କ ନାମରେ ଶପଥକାରୀ ପ୍ରତ୍ୟେକ ଲୋକ ଦର୍ପ କରିବେ;କାରଣ ମିଥ୍ୟାବାଦୀମାନଙ୍କ ମୁଖ ରୁଦ୍ଧ ହେବ।