Psalms 64 (IRVO)
undefined ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। 1 ହେ ପରମେଶ୍ୱର, ମୋʼ କାକୂକ୍ତିର ରବ ଶ୍ରବଣ କର;ଶତ୍ରୁ ଭୟରୁ ମୋʼ ଜୀବନ ରକ୍ଷା କର। 2 କୁକର୍ମକାରୀମାନଙ୍କ ଗୁପ୍ତ ମନ୍ତ୍ରଣାରୁ,ଅଧର୍ମାଚାରୀମାନଙ୍କ କଳହରୁ ମୋତେ ଲୁଚାଇ ରଖ; 3 ସେମାନେ ଖଡ୍ଗ ପରି ଆପଣା ଜିହ୍ୱା ଶାଣିତ କରିଅଛନ୍ତି 4 ଏବଂ ଆପଣାମାନଙ୍କ କଟୁବାକ୍ୟରୂପ ତୀର ଲକ୍ଷ୍ୟ କରିଅଛନ୍ତି;ଯେପରି ସିଦ୍ଧ ଲୋକଙ୍କ ପ୍ରତି ଗୋପନରେ ନିକ୍ଷେପ କରି ପାରିବେ;ସେମାନେ ହଠାତ୍ ତାହା ପ୍ରତି ନିକ୍ଷେପ କରନ୍ତି ଓ ଭୟ କରନ୍ତି ନାହିଁ। 5 ସେମାନେ କୁସଂକଳ୍ପରେ ଆପଣା ଆପଣାକୁ ବଳିଷ୍ଠ କରନ୍ତି;ସେମାନେ ଗୋପନରେ ଫାନ୍ଦ ପାତିବାକୁ କଥାବାର୍ତ୍ତା କରନ୍ତି;ସେମାନେ କହନ୍ତି, “ଆମ୍ଭମାନଙ୍କୁ କିଏ ଦେଖିବ?” 6 ସେମାନେ ଅଧର୍ମ କଳ୍ପନା କରନ୍ତି;“ଆମ୍ଭେମାନେ ଯତ୍ନପୂର୍ବକ କଳ୍ପନା ସିଦ୍ଧ କରିଅଛୁ” ବୋଲି ସେମାନେ କହନ୍ତି;ଆଉ, ପ୍ରତ୍ୟେକର ଆନ୍ତରିକ ଭାବ ଓ ହୃଦୟ ଗଭୀର। 7 ମାତ୍ର ପରମେଶ୍ୱର ସେମାନଙ୍କ ପ୍ରତି ତୀର ନିକ୍ଷେପ କରିବେ;ସେଥିରେ ସେମାନେ ହଠାତ୍ ଆହତ ହେବେ। 8 ଏହିରୂପେ ସେମାନେ ନିପାତିତ ହେବେ,ସେମାନଙ୍କ ନିଜ ଜିହ୍ୱା ସେମାନଙ୍କର ବିପକ୍ଷ ହେବ;ସେମାନଙ୍କୁ ଦେଖିବା ଲୋକ ସମସ୍ତେ ମୁଣ୍ଡ ହଲାଇବେ; 9 ପୁଣି, ସକଳ ମନୁଷ୍ୟ ଭୟ କରିବେ,ସେମାନେ ପରମେଶ୍ୱରଙ୍କ କର୍ମ ପ୍ରକାଶ କରିବେଓ ତାହାଙ୍କର କ୍ରିୟା ସୁବିବେଚନା କରିବେ। 10 ଧାର୍ମିକ ଲୋକ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବଓ ତାହାଙ୍କର ଶରଣାଗତ ହେବ।ପୁଣି, ସରଳାନ୍ତଃକରଣ ସମସ୍ତେ ସଦାପ୍ରଭୁଙ୍କଠାରେ ପ୍ରଶଂସା କରିବେ।