Psalms 76 (IRVO)
undefined ପ୍ରଧାନ ବାଦ୍ୟକର ନିମନ୍ତେ ଗୀତ; ତାରଯୁକ୍ତ ବାଦ୍ୟଯନ୍ତ୍ରରେ ଆସଫର ଗୀତ। 1 ପରମେଶ୍ୱର ଯିହୁଦା ମଧ୍ୟରେ ପରିଚିତ ଅଟନ୍ତି;ଇସ୍ରାଏଲ ମଧ୍ୟରେ ତାହାଙ୍କ ନାମ ମହତ। 2 ମଧ୍ୟ ଶାଲେମ୍ରେ ତାହାଙ୍କର ଆବାସଓ ସିୟୋନରେ ତାହାଙ୍କର ବାସସ୍ଥାନ। 3 ସେଠାରେ ସେ ଧନୁତୀରସବୁ,ଢାଲ, ଖଡ୍ଗ ଓ ଯୁଦ୍ଧ ଭଙ୍ଗ କଲେ। [ସେଲା] 4 ମୃଗୟାର ପର୍ବତଗଣଠାରୁ ତୁମ୍ଭେ ତେଜୋମୟ ଓ ମହିମାନ୍ୱିତ। 5 ସାହସିକଚିତ୍ତମାନେ ଲୁଟିତ ହୋଇଅଛନ୍ତି,ସେମାନେ ନିଦ୍ରାରେ ନିଦ୍ରିତ ହୋଇଅଛନ୍ତି;ପୁଣି, ବୀରମାନଙ୍କ ମଧ୍ୟରୁ କେହି ଆପଣା ହସ୍ତ ପାଇ ନାହିଁ। 6 ହେ ଯାକୁବର ପରମେଶ୍ୱର,ତୁମ୍ଭ ତର୍ଜ୍ଜନରେ ରଥ ଓ ଅଶ୍ୱ ମହାନିଦ୍ରିତ ହୋଇଅଛନ୍ତି। 7 ତୁମ୍ଭେ, ତୁମ୍ଭେ ହିଁ ଭୟପାତ୍ରଓ ତୁମ୍ଭେ ଥରେ କ୍ରୋଧ ହେଲେ କିଏ ତୁମ୍ଭ ସାକ୍ଷାତରେ ଠିଆ ହୋଇ ପାରିବ? 8 ତୁମ୍ଭେ ସ୍ୱର୍ଗରୁ ବିଚାରାଜ୍ଞା ଶୁଣାଇଲ;ପରମେଶ୍ୱର ପୃଥିବୀର ନମ୍ର ଲୋକମାନଙ୍କୁ ପରିତ୍ରାଣ କରିବା ପାଇଁ 9 ବିଚାର କରିବାକୁ ଉଠିବା ବେଳେପୃଥିବୀ ଭୀତ ଓ ନୀରବ ହେଲା। [ସେଲା] 10 ମନୁଷ୍ୟର କ୍ରୋଧ ନିତାନ୍ତ ତୁମ୍ଭର ପ୍ରଶଂସା କରିବ;ତୁମ୍ଭେ କ୍ରୋଧର ଅବଶେଷ ଦ୍ୱାରା ଆପଣା କଟିବନ୍ଧନ କରିବ। 11 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ମାନତ କରି ପୂର୍ଣ୍ଣ କର;ଯେ ଭୟପାତ୍ର, ତାହାଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତେ ତାହାଙ୍କ ନିକଟକୁ ଦର୍ଶନୀ ଆଣନ୍ତୁ। 12 ସେ ଅଧିପତିମାନଙ୍କ ଗର୍ବ ଖର୍ବ କରନ୍ତି;ସେ ଭୂପତିମାନଙ୍କ ପ୍ରତି ଭୟଙ୍କର ଅଟନ୍ତି।