Psalms 85 (IRVO)
undefined ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ। 1 ହେ ସଦାପ୍ରଭୋ, ତୁମ୍ଭେ ନିଜ ଦେଶ ପ୍ରତି ପ୍ରସନ୍ନ ହୋଇଅଛ;ତୁମ୍ଭେ ଯାକୁବର ବନ୍ଦୀଦଶା ଫେରାଇଅଛ। 2 ତୁମ୍ଭେ ଆପଣା ଲୋକମାନଙ୍କ ଅପରାଧ କ୍ଷମା କରିଅଛ,ତୁମ୍ଭେ ସେମାନଙ୍କ ପାପସବୁ ଆଚ୍ଛାଦନ କରିଅଛ। [ସେଲା] 3 ତୁମ୍ଭେ ଆପଣା ସମସ୍ତ କୋପରୁ ନିବୃତ୍ତ ହୋଇଅଛ;ତୁମ୍ଭେ ଆପଣା କ୍ରୋଧର ପ୍ରଚଣ୍ଡତାରୁ ବିମୁଖ ହୋଇଅଛ। 4 ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅଓ ଆମ୍ଭମାନଙ୍କ ପ୍ରତି ତୁମ୍ଭ ବିରକ୍ତି ନିବୃତ୍ତ କର। 5 ତୁମ୍ଭେ କି ସଦାକାଳ ଆମ୍ଭମାନଙ୍କ ଉପରେ କ୍ରୁଦ୍ଧ ହେବ?ତୁମ୍ଭେ କି ପୁରୁଷ-ପରମ୍ପରା ପ୍ରତି ଆପଣା କ୍ରୋଧ ରଖିଥିବ? 6 ତୁମ୍ଭର ଲୋକମାନେ ଯେପରି ତୁମ୍ଭଠାରେ ଆନନ୍ଦ କରିବେ,ଏଥିପାଇଁ ତୁମ୍ଭେ କି ପୁନର୍ବାର ଆମ୍ଭମାନଙ୍କୁ ସଜୀବ କରିବ ନାହିଁ? 7 ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରତି ଆପଣା ଦୟା ପ୍ରକାଶ କରଓ ଆମ୍ଭମାନଙ୍କୁ ତୁମ୍ଭ ପରିତ୍ରାଣ ପ୍ରଦାନ କର। 8 ସଦାପ୍ରଭୁ ପରମେଶ୍ୱର ଯାହା କହିବେ, ତାହା ଆମ୍ଭେ ଶୁଣିବୁ;କାରଣ ସେ ଆପଣା ଲୋକମାନଙ୍କୁ ଓ ଆପଣା ସଦ୍ଭକ୍ତମାନଙ୍କୁ ଶାନ୍ତିର କଥା କହିବେ;ମାତ୍ର ସେମାନେ ପୁନର୍ବାର ମୂର୍ଖତା ପ୍ରତି ନ ଫେରନ୍ତୁ। 9 ଯେପରି ଆମ୍ଭମାନଙ୍କ ଦେଶରେ ଗୌରବ ବାସ କରିବ,ଏଥିପାଇଁ ନିଶ୍ଚୟ ତାହାଙ୍କ ଭୟକାରୀମାନଙ୍କ ନିକଟରେ ତାହାଙ୍କ ପରିତ୍ରାଣ ଅଛି। 10 ଦୟା ଓ ସତ୍ୟତା ପରସ୍ପର ମିଳିତ ହୋଇଅଛନ୍ତି;ଧର୍ମ ଓ ଶାନ୍ତି ପରସ୍ପର ଚୁମ୍ବନ କରିଅଛନ୍ତି। 11 ପୃଥିବୀରୁ ସତ୍ୟତା ଅଙ୍କୁରିତ ହେଉଅଛି;ପୁଣି, ଧାର୍ମିକତା ସ୍ୱର୍ଗରୁ ଦୃଷ୍ଟିପାତ କରିଅଛି। 12 ସଦାପ୍ରଭୁ ମଙ୍ଗଳ ପ୍ରଦାନ କରିବେ;ତହିଁରେ ଆମ୍ଭମାନଙ୍କ ଦେଶ ଫଳ ଉତ୍ପନ୍ନ କରିବ। 13 ଧର୍ମ ତାହାଙ୍କର ଆଗେ ଆଗେ ଯିବଓ ତାହାଙ୍କ ପଦଚିହ୍ନକୁ ଗମନର ପଥ କରିବ।