Psalms 87 (IRVO)
undefined ଗୀତ; କୋରହ-ସନ୍ତାନଗଣର ଗୀତ। 1 ତାହାଙ୍କ ଭିତ୍ତିମୂଳ ପବିତ୍ର ପର୍ବତ ଉପରେ ସ୍ଥାପିତ। 2 ସଦାପ୍ରଭୁ ଯାକୁବର ସମସ୍ତ ବାସସ୍ଥାନ ଅପେକ୍ଷାସିୟୋନର ଦ୍ୱାରସମୂହକୁ ଅଧିକ ସ୍ନେହ କରନ୍ତି। 3 ହେ ପରମେଶ୍ୱରଙ୍କ ନଗରୀ, ତୁମ୍ଭ ବିଷୟରେ ନାନାବିଧ ଗୌରବର କଥା କଥିତ ଅଛି। [ସେଲା] 4 ମୋʼ ଜାଣିବା ଲୋକଙ୍କ ତୁଲ୍ୟ ମୁଁ ରାହବ ଓ ବାବିଲକୁ ଉଲ୍ଲେଖ କରିବି;ପଲେଷ୍ଟୀୟା, ସୋର ଓ କୂଶକୁ ଦେଖ;“ଏହି ଜଣ ସେଠାରେ ଜାତ ହେଲା।” 5 ଆହୁରି, ସିୟୋନ ବିଷୟରେ କୁହାଯିବ, “ଏଜଣ ଓ ସେଜଣ ତହିଁ ମଧ୍ୟରେ ଜାତ ହେଲେ;”ପୁଣି, ସର୍ବୋପରିସ୍ଥ ସ୍ୱୟଂ ତାହା ସୁସ୍ଥିର କରିବେ। 6 ସଦାପ୍ରଭୁ ଗୋଷ୍ଠୀବର୍ଗର ନାମ ଲେଖିବା ସମୟରେ,“ଏଜଣ ସେଠାରେ ଜାତ ହେଲା” ବୋଲି ଗଣନା କରିବେ। [ସେଲା] 7 ଗାୟକ ଓ ନର୍ତ୍ତକମାନେ କହିବେ,“ମୋହର ସବୁ ଝର ତୁମ୍ଭଠାରେ ଅଛି।”