Psalms 96 (IRVO)
1 ଆହେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର;ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର। 2 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରି ତାହାଙ୍କ ନାମର ଧନ୍ୟବାଦ କର;ତାହାଙ୍କ ପରିତ୍ରାଣ ଦିନକୁ ଦିନ ପ୍ରକାଶ କର। 3 ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତାହାଙ୍କ ଗୌରବ,ସମସ୍ତ ଗୋଷ୍ଠୀ ମଧ୍ୟରେ ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ପ୍ରକାଶ କର। 4 କାରଣ ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ;ସେ ସମସ୍ତ ଦେବତା ଅପେକ୍ଷା ଭୟଯୋଗ୍ୟ। 5 କାରଣ ଗୋଷ୍ଠୀବର୍ଗର ସକଳ ଦେବତା ପ୍ରତିମା ମାତ୍ର;ମାତ୍ର ସଦାପ୍ରଭୁ ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା। 6 ସମ୍ଭ୍ରମ ଓ ମହିମା ତାହାଙ୍କର ସମ୍ମୁଖବର୍ତ୍ତୀ;ଶକ୍ତି ଓ ଶୋଭା ତାହାଙ୍କ ଧର୍ମଧାମରେ ବିଦ୍ୟମାନ। 7 ହେ ନାନା ଦେଶୀୟ ଗୋଷ୍ଠୀବର୍ଗ, ତୁମ୍ଭେମାନେ ସଦାପ୍ରଭୁଙ୍କର କୀର୍ତ୍ତନ କର,ସଦାପ୍ରଭୁଙ୍କ ଗୌରବ ଓ ପରାକ୍ରମର କୀର୍ତ୍ତନ କର। 8 ସଦାପ୍ରଭୁଙ୍କ ନାମର ଯଥୋଚିତ ଗୌରବ କୀର୍ତ୍ତନ କର;ନୈବେଦ୍ୟ ଆଣ ଓ ତାହାଙ୍କ ପ୍ରାଙ୍ଗଣକୁ ଆସ। 9 ଆହେ, ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କର ଭଜନା କର;ସମୁଦାୟ ପୃଥିବୀ, ତାହାଙ୍କ ଛାମୁରେ କମ୍ପମାନ ହୁଅ। 10 “ସଦାପ୍ରଭୁ ରାଜ୍ୟ କରନ୍ତି, ଏହା ଗୋଷ୍ଠୀବର୍ଗ ମଧ୍ୟରେ କୁହ;ଜଗତ ହିଁ ସୁସ୍ଥିର, ତାହା ବିଚଳିତ ହୋଇ ନ ପାରେ;ସେ ଗୋଷ୍ଠୀବର୍ଗକୁ ନ୍ୟାୟରେ ବିଚାର କରିବେ।” 11 ଆକାଶମଣ୍ଡଳ ଆନନ୍ଦିତ ହେଉ ଓ ପୃଥିବୀ ଉଲ୍ଲାସ କର;ସମୁଦ୍ର ଓ ତହିଁର ପୂର୍ଣ୍ଣତା ଗର୍ଜ୍ଜନ କରୁ; 12 କ୍ଷେତ୍ର ଓ ତନ୍ମଧ୍ୟସ୍ଥସକଳ ଜୟଧ୍ୱନି କରନ୍ତୁ;ତେବେ ବନସ୍ଥ ବୃକ୍ଷସକଳ ଆନନ୍ଦରେ ଗାନ କରିବେ; 13 ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରିବେ; କାରଣ ସେ ଆସୁଅଛନ୍ତି;ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି;ସେ ଧର୍ମରେ ଜଗତରଓ ଆପଣା ସତ୍ୟତାରେ ଗୋଷ୍ଠୀବର୍ଗର ବିଚାର କରିବେ।