Psalms 97 (IRVO)
1 ସଦାପ୍ରଭୁ ରାଜ୍ୟ କରନ୍ତି; ପୃଥିବୀ ଉଲ୍ଲାସ କରୁ;ଦ୍ୱୀପସମୂହ ଆନନ୍ଦିତ ହେଉନ୍ତୁ। 2 ମେଘମାଳ ଓ ଅନ୍ଧକାର ତାହାଙ୍କ ଚତୁର୍ଦ୍ଦିଗରେ ଥାଏ;ଧର୍ମ ଓ ବିଚାର ତାହାଙ୍କ ସିଂହାସନର ଭିତ୍ତିମୂଳ। 3 ତାହାଙ୍କ ସମ୍ମୁଖରେ ଅଗ୍ନି ଗମନ କରେଓ ତାହାଙ୍କ ଚତୁର୍ଦ୍ଦିଗସ୍ଥ ଶତ୍ରୁଗଣକୁ ଦଗ୍ଧ କରେ। 4 ତାହାଙ୍କ ବିଜୁଳି ଜଗତକୁ ଦୀପ୍ତିମାନ କଲା;ପୃଥିବୀ ଦେଖି କମ୍ପିଲା। 5 ପର୍ବତଗଣ ସଦାପ୍ରଭୁଙ୍କ ଛାମୁରେ ମହମ ପରି ତରଳି ଗଲେ,ସମୁଦାୟ ପୃଥିବୀ ପ୍ରଭୁଙ୍କ ଛାମୁରେ ତରଳି ଗଲେ। 6 ଆକାଶମଣ୍ଡଳ ତାହାଙ୍କ ଧର୍ମ ପ୍ରଚାର କରଇଓ ସମୁଦାୟ ଗୋଷ୍ଠୀ ତାହାଙ୍କ ମହିମା ଦେଖିଅଛନ୍ତି। 7 ଖୋଦିତ ପ୍ରତିମାଗଣର ସେବକ ସମସ୍ତେଓ ଦେବତାଗଣର ଦର୍ପକାରୀ ସମସ୍ତେ ଲଜ୍ଜିତ ହେଉନ୍ତୁ;ହେ ସମସ୍ତ ଦେବତାଗଣ, ତୁମ୍ଭେମାନେ ତାହାଙ୍କୁ ପ୍ରଣାମ କର। 8 ହେ ସଦାପ୍ରଭୋ, ତୁମ୍ଭ ଶାସନ ବିଷୟ ସିୟୋନ ଶୁଣି ଆନନ୍ଦିତ ହେଲାଓ ଯିହୁଦାର କନ୍ୟାଗଣ ଉଲ୍ଲସିତ ହେଲେ। 9 କାରଣ ହେ ସଦାପ୍ରଭୋ, ତୁମ୍ଭେ ସମୁଦାୟ ପୃଥିବୀରେ ସର୍ବୋପରିସ୍ଥ;ତୁମ୍ଭେ ସକଳ ଦେବ ଉପରେ ଅତିଶୟ ଉନ୍ନତ। 10 ହେ ସଦାପ୍ରଭୁଙ୍କ ପ୍ରେମକାରୀଗଣ, ତୁମ୍ଭେମାନେ ମନ୍ଦତା ଘୃଣା କର;ସେ ଆପଣା ସଦ୍ଭକ୍ତମାନଙ୍କ ପ୍ରାଣ ରକ୍ଷା କରନ୍ତି।ସେ ସେମାନଙ୍କୁ ଦୁଷ୍ଟମାନଙ୍କ ହସ୍ତରୁ ଉଦ୍ଧାର କରନ୍ତି; 11 ଧାର୍ମିକମାନଙ୍କ ପାଇଁ ଦୀପ୍ତିଓ ସରଳମନାମାନଙ୍କ ପାଇଁ ଆନନ୍ଦ ବୁଣା ଯାଇଅଛି। 12 ହେ ଧାର୍ମିକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ଆନନ୍ଦ କର;ପୁଣି, ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର।