Psalms 98 (IRVO)
undefined ଗୀତ। 1 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର;କାରଣ ସେ ଆଶ୍ଚର୍ଯ୍ୟକର୍ମ କରିଅଛନ୍ତି;ତାହାଙ୍କ ଦକ୍ଷିଣ ହସ୍ତ ଓ ତାହାଙ୍କ ପବିତ୍ର ବାହୁ ତାହାଙ୍କ ପକ୍ଷରେ ପରିତ୍ରାଣ ସାଧନ କରିଅଛି। 2 ସଦାପ୍ରଭୁ ଆପଣା ପରିତ୍ରାଣ ଜଣାଇ ଅଛନ୍ତି;ସେ ଅନ୍ୟ ଦେଶୀୟମାନଙ୍କ ଦୃଷ୍ଟିଗୋଚରରେ ଆପଣା ଧର୍ମ ପ୍ରକାଶ କରିଅଛନ୍ତି। 3 ସେ ଇସ୍ରାଏଲ ବଂଶ ପକ୍ଷରେ ଆପଣା ଦୟା ଓ ବିଶ୍ୱସ୍ତତା ସ୍ମରଣ କରିଅଛନ୍ତି;ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିତ୍ରାଣ ଦେଖିଅଛନ୍ତି। 4 ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର;ଉଚ୍ଚଧ୍ୱନି କର, ଆନନ୍ଦଗାନ କର ଓ ପ୍ରଶଂସା ଗାନ କର। 5 ବୀଣା ଯନ୍ତ୍ରରେ, ବୀଣା ଓ ଏକତାନ ସ୍ୱରରେସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର। 6 ତୂରୀ ଓ ଭେରୀ ନାଦରେରାଜା ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦଧ୍ୱନି କର। 7 ସମୁଦ୍ର ଓ ତହିଁର ପୂର୍ଣ୍ଣତା,ଜଗତ ଓ ତନ୍ନିବାସୀ ସମସ୍ତେ ଗର୍ଜ୍ଜନ କରନ୍ତୁ; 8 ନଦ-ନଦୀଗଣ କରତାଳି ଦେଉନ୍ତୁ;ପର୍ବତଗଣ ଏକ ସଙ୍ଗେ ଆନନ୍ଦଗାନ କରନ୍ତୁ; 9 ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରନ୍ତୁ,କାରଣ ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି;ସେ ଧର୍ମରେ ଜଗତରଓ ନ୍ୟାୟରେ ଗୋଷ୍ଠୀବର୍ଗର ବିଚାର କରିବେ।