Psalms 99 (IRVO)
1 ସଦାପ୍ରଭୁ ରାଜ୍ୟ କରନ୍ତି; ଗୋଷ୍ଠୀବର୍ଗ କମ୍ପିତ ହେଉନ୍ତୁ;ସେ କିରୂବଗଣ ଉପରେ ଉପବିଷ୍ଟ; ପୃଥିବୀ ବିଚଳିତ ହେଉ। 2 ସଦାପ୍ରଭୁ ସିୟୋନରେ ମହାନଓ ସେ ସର୍ବଦେଶୀୟମାନଙ୍କ ଉପରେ ଉନ୍ନତ। 3 ସେମାନେ ତୁମ୍ଭ ମହତ ଓ ଭୟଙ୍କର ନାମର ପ୍ରଶଂସା କରନ୍ତୁ;ସେ ପବିତ୍ର ଅଟନ୍ତି। 4 ରାଜାଙ୍କ ଶକ୍ତି ମଧ୍ୟ ବିଚାର ଭଲ ପାଏ;ତୁମ୍ଭେ ନ୍ୟାୟ ସ୍ଥିର କରୁଥାଅ,ତୁମ୍ଭେ ଯାକୁବ ମଧ୍ୟରେ ବିଚାର ଓ ନ୍ୟାୟ ସାଧନ କରୁଥାଅ। 5 ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କରଓ ତାହାଙ୍କ ପାଦପୀଠରେ ପ୍ରଣାମ କର;ସେ ପବିତ୍ର ଅଟନ୍ତି। 6 ତାହାଙ୍କ ଯାଜକଗଣ ମଧ୍ୟରେ ମୋଶା, ହାରୋଣଓ ତାହାଙ୍କ ନାମରେ ପ୍ରାର୍ଥନାକାରୀମାନଙ୍କ ମଧ୍ୟରେ ଶାମୁୟେଲ;ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ ଓ ସେ ସେମାନଙ୍କୁ ଉତ୍ତର ଦେଲେ। 7 ସେ ମେଘ ସ୍ତମ୍ଭରେ ସେମାନଙ୍କ ନିକଟରେ କଥା କହିଲେ;ସେମାନେ ତାହାଙ୍କର ସାକ୍ଷ୍ୟ ଓ ସେମାନଙ୍କୁ ଦତ୍ତ ବିଧିସବୁ ପାଳନ କଲେ। 8 ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ ସେମାନଙ୍କୁ ଉତ୍ତର ଦେଲ।ତୁମ୍ଭେ ସେମାନଙ୍କ କର୍ମର ପରିଶୋଧ ନେଲେ ହେଁସେମାନଙ୍କର କ୍ଷମାକାରୀ ପରମେଶ୍ୱର ହୋଇଥିଲ। 9 ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କରଓ ତାହାଙ୍କ ପବିତ୍ର ପର୍ବତରେ ପ୍ରଣାମ କର;କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ପବିତ୍ର ଅଟନ୍ତି।